Posted inଜାତୀୟ

ଲୋକ ସଭା ନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨୫।୨: ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ସୁବ୍ରମଣ୍ୟମ ସ୍ବାମୀ ରବିବାର ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ ଦାବି କରିଛନ୍ତି, ଆଗାମୀ ଲୋକ ସଭା ନିର୍ବାଚନରେ ‘ହିନ୍ଦୁ ଗୌରବ ବୃଦ୍ଧି’ ଦଳକୁ ଲାଭ ଦେଇପାରେ କିନ୍ତୁ ‘ମୋଦିଙ୍କ ଯାଦୁ’ କାମ କରିବାର ସମ୍ଭାବନା ଏଡାଇ ଦେଇଛନ୍ତି।
‘ବିଦ୍ଧି ସମ୍ମିଳନୀ’ରେ ଯୋଗଦେବାକୁ ଆସିଥିବା ସ୍ବାମୀ କହିଛନ୍ତି, ଭାଜପା ଏବଂ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ) ବ୍ୟକ୍ତିବିଶେଷଙ୍କ ଅପେକ୍ଷା ସଂଗଠନ ତଥା ନୀତିକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାବି ଉପରେ ଭାଜପା ୩୭୦ଟି ଆସନ ଏବଂ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ୪୦୦ରୁ ଅଧିକ ଆସନ ଜିତିବ ବୋଲି ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ସ୍ବାମୀ କହିଛନ୍ତି, ମୁଁ ବିଶ୍ୱାସ କରେ ଯେ, ପୂର୍ବ ନିର୍ବାଚନ ଫଳାଫଳ ଅପେକ୍ଷା ଭାଜପା ଭଲ କରିବ, କାରଣ ପ୍ରଥମ ଥର ପାଇଁ ହିନ୍ଦୁମାନେ ନିଜ ପରିଚୟ ପାଇଁ ଗର୍ବ ଅନୁଭବ କରୁଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, କିଛି ଲୋକ ଭାବି ପାରନ୍ତି ଯେ ତାଙ୍କ ଯୋଗୁ ଏହି ପରିବର୍ତ୍ତନ ଘଟିଛି। ଆମକୁ ଏହିପରି ଜିନିଷକୁ ଗୁରୁତ୍ୱ ଦେବା ଆବଶ୍ୟକ ନାହିଁ। ଭାଜପା-ଆରଏସଏସରେ ବ୍ୟକ୍ତିବିଶେଷଙ୍କୁ କୌଣସି ଗୁରୁତ୍ୱ ଦିଆଯାଉ ନାହିଁ। ଏହା ହେଉଛି କଂଗ୍ରେସର ସଂସ୍କୃତି।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri