Posted inଜାତୀୟ

ଭାଜପାକୁ ସୁବ୍ରମଣ୍ୟମ ସ୍ବାମୀଙ୍କ ମହଲତ

ନୂଆଦିଲ୍ଲୀ,୧୦ା୯: ଭାଜପାର ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ମହଲତ ଦେଇଛନ୍ତି। ଭାଜପାର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ସେଲ ମୁଖ୍ୟ ଅମିତ ମାଲବ୍ୟଙ୍କୁ ଗୁରୁବାର ସୁଦ୍ଧା ଦଳରୁ ବହିଷ୍କାର କରା ନ ଗଲେ ସେ ନିଜ କଥା ନିଜେ ବୁଝିବେ ବୋଲି କହିଛନ୍ତି।
ସୁବ୍ରମଣ୍ୟମ ସ୍ବାମୀ କହିଛନ୍ତି, ଅମିତ ମାଲବ୍ୟ ତାଙ୍କ ବିରୋଧରେ ମିଥ୍ୟା ଟୁଇଟ୍‌ ବ୍ୟବହାର କରି କ୍ୟାମ୍ପେନ ଚଳାଉଛନ୍ତି। ତେଣୁ ତାଙ୍କୁ ଦଳରୁ ବାହାର କରାଯାଉ। ଏହା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଦିଆଯାଇଥିବା ୫ଟି ଗ୍ରାମର ଏକ ‘ବୁଝାମଣା ପ୍ରସ୍ତାବ’। ନଡ୍ଡା ଯଦି ଅମିତ ମାଲବ୍ୟଙ୍କୁ ଦଳରୁ ବହିଷ୍କାର ନ କରନ୍ତି ତେବେ ଭାଜପା ମୋ ଯୁକ୍ତିକୁ ସମର୍ଥନ କରୁନାହିଁ ବୋଲି ବୁଝିବାକୁ ହେବ। ସୁବ୍ରମଣ୍ୟମ ଆହୁରି କହିଛନ୍ତି, ଦଳରେ ଏପରି କୌଣସି ମଞ୍ଚ ନାହିଁ, ଯେଉଁଠି ସେ କ୍ୟାଡରମାନଙ୍କ ମତାମତ ଲୋଡ଼ିପାରିବେ। ତେଣୁ ତାଙ୍କୁ ନିଜ ଯୁକ୍ତିର ଯଥାର୍ଥତା ପ୍ରମାଣିତ କରିବାକୁ ପଡ଼ିବ ବୋଲି ସ୍ବାମୀ ବୁଧବାର ଟୁଇଟ୍‌ କରିଛନ୍ତି।
ପ୍ରକାଶ ଯେ, ସୁବ୍ରମଣ୍ୟମ ସ୍ବାମୀ ସୋମବାର ଅମିତଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ଅମିତ ତାଙ୍କ ବିରୋଧରେ ଫେକ୍‌ ଟୁଇଟ୍‌ ବ୍ୟବହାର କରୁଥିବା ସେ କହିଥିଲେ। ଏହା ପୂର୍ବରୁ ଅର୍ଥନୀତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସୁବ୍ରମଣ୍ୟମ ମୋଦି ସରକାରଙ୍କୁ ଟାର୍ଗେଟ କରିଆସିଛନ୍ତି। ନିକଟରେ ଜେଇଇ-ଏନ୍‌ଇଇଟି ପରୀକ୍ଷା ସ୍ଥଗିତ ରଖିବା ଦାବିରେ ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ତାକୁ ମଧ୍ୟ ସୁବ୍ରମଣ୍ୟମ ସ୍ବାମୀ ସମର୍ଥନ କରି ଭାଜପା ସରକାର ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri