ଗୋଟବାୟାଙ୍କୁ ଭେଟିଲେ ସୁବ୍ରମଣ୍ୟମ

କଲମ୍ବୋ,୨୯।୯: ଆର୍ଥିକ ଓ ରାଜନୈତିକ ସଙ୍କଟ ଦେଇ ବର୍ତ୍ତମାନ ଶ୍ରୀଲଙ୍କା ଗତି କରୁଛି। ଫଳରେ ଦେଶବାସୀଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଜନସାଧାରଣଙ୍କ ତୀବ୍ର ବିରୋଧ ପରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଦେଶ ଛାଡ଼ିବାକୁ ପଡ଼ିଥିଲା। ଇତିମଧ୍ୟରେ ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ୨ଦିନିଆ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସୁବ୍ରମଣ୍ୟମ ଗୁରୁବାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଭେଟିଛନ୍ତି। ଏହି ସାକ୍ଷାତକାର ସମୟରେ ସୁବ୍ରମଣ୍ୟମ ଓ ଗୋଟବାୟା ୨ଦେଶ ମଧ୍ୟରେ ଥିବା ମଜଭୁତ ସମ୍ପର୍କକୁ ନେଇ ଆଲୋଚନା କରିଥିଲେ। ସୂଚନା ମୁତାବକ, ସୁବ୍ରମଣ୍ୟମଙ୍କୁ ରାଜପାକ୍ସେ ପରିବାରର ଘନିଷ୍ଠ ବନ୍ଧୁ ଭାବେ ଜଣାଯାଏ। କଲମ୍ବୋର ସାର ଜନ୍‌ କୋଟେଲାୱାଲାରେ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ସୁରକ୍ଷା ସମ୍ମିଳନୀରେ ଯୋଗଦେବା ପାଇଁ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣରେ ସୁବ୍ରମଣ୍ୟମ ପହଞ୍ଚିଥିଲେ। ବୁଧବାର ଗୋଟବାୟାଙ୍କ ଭାଇ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ସେଙ୍କ ଘରେ ଆୟୋଜିତ ହୋଇଥିବା ନବରାତ୍ରୀ ପୂଜାରେ ମଧ୍ୟ ସୁବ୍ରମଣ୍ୟମ ସାମିଲ ହୋଇଥିଲେ ବୋଲି ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri