ରାଗ ଏମିତି ଯେ ରାତି ଅଧରେ ଉଲଗ୍ନ ହୋଇ କରିଥିଲେ ଏଭଳି କାଣ୍ଡ, ସୁବ୍ରତ ଦଳେଇଙ୍କୁ ବାନ୍ଧିଲା…

ବୈଶିଙ୍ଗା,୪।୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ବଡଗୁମା ବଜାରଠାରେ ଥିବା ସପନ କୁମାର ସାନ୍ତରାଙ୍କ ଔଷଧ ଦୋକାନରେ ଗତ ସୋମବାର ରାତି ଗୋଟାଏ ସମୟରେ ଅଜ୍ଞାତ ବ୍ୟକ୍ତି ଭଙ୍ଗାରୁଜା କରିଥିଲେ। ଏଥିସହ ଉଲଗ୍ନ ହୋଇ ବାଇକ ଓ ଚେୟାର ଟେବୁଲ ସହ ସାଇନବୋର୍ଡରେ ନିଆଁ ଲଗାଇ ଫେରାର ହୋଇଯାଇଥିଲେ। ସେହି ସମୟରେ ସେ ଗାମୁଛାରେ ମୁହଁ ଢାଙ୍କି ହୋଇଥିଲେ। ସେବେଠାରୁ ଥାନାଧିକାରୀ ବାରିଣୀ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଘଟଣାର ତଦନ୍ତ ଜାରି ରହିଥିଲା। ଶେଷରେ ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରାଯାଇ ଅଭିଯୁକ୍ତ ନିକଟରେ ପହଞ୍ଚିବାରେ ସଫଳ ହୋଇଛି ତଦନ୍ତକାରୀ ଟିମ। ଅଭିଯୁକ୍ତ ତଥା ବଡଗୁମା ଗ୍ରାମର ସୁବ୍ରତ ଦଳେଇଙ୍କୁ ଶୁକ୍ରବାର ଅପରାହ୍ନ ସମୟରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ତେବେ ସପନଙ୍କ ପରିବାର ସହିତ ସୁବ୍ରତଙ୍କ ପୂର୍ବରୁ ଭିଷଣ ଝଗଡ଼ା ହୋଇଥିବା ବେଳେ ସେ ପ୍ରତିଶୋଧ ନେବାକୁ ସୁଯୋଗ ଅପେକ୍ଷାରେ ଥିଲେ ବୋଲି ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଥିଲା ଏବଂ ପୋଲିସ ମଧ୍ୟ ଖୁବ ଚାପରେ ଥିଲାବେଳେ ଘଟଣା ଘଟିବାର ଚାରି ଦିନ ମଧ୍ୟରେ ଅଭିଯୁକ୍ତ ଗିରଫ ହେବା ପୋଲିସ ପାଇଁ ବଡ଼ ସଫଳତା ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?