ନୂଆଗାଁରେ ସୁବ୍ରତ, ପଣ୍ଡଶୁଣିରେ ରାଜଶ୍ରୀ ବିଜୟୀ

ବାଲେଶ୍ୱର ଅଫିସ/ ବାହାନଗା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ସରପଞ୍ଚ ଏବଂ ବାହାନଗା ବ୍ଲକ ପଣ୍ଡାଶୁଣି ପଞ୍ଚାୟତରେ ସମିତିସଭ୍ୟ ପଦବୀ ଉପ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆଗାଁରେ ସରପଞ୍ଚ ଭାବେ ସୁବ୍ରତ ଦାସ ଏବଂ ପଣ୍ଡାଶୁଣିରେ ସମିତିସଭ୍ୟା ଭାବେ ରାଜଶ୍ରୀ ମଲ୍ଲିକ ବିଜୟୀ ହୋଇଛନ୍ତି।
ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଭାବେ ମୋଟ୍‌ ୯ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ମୁଖ୍ୟତଃ ଭାଜପା ସମର୍ଥିତ ପ୍ରାର୍ଥୀ ସୁବ୍ରତ ଦାସ ଏବଂ ବିଜେଡି ସମର୍ଥିତ ପ୍ରାର୍ଥୀ କାର୍ତ୍ତିକ ବାରିକଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଏଥିରେ ସୁବ୍ରତ ୧୯୫୫ ଖଣ୍ଡ ଭୋଟ୍‌ ପାଇ ବିଜୟୀ ହୋଇଥିବା ବେଳେ କାର୍ତ୍ତିକ ୧୫୩୨ ଖଣ୍ଡ ଭୋଟ୍‌ ପାଇଥିବା ନିର୍ବାଚନ ଅଧିକାରିଣୀ ଛବିରାଣୀ ସାହୁ ପ୍ରକାଶ କରିଛନ୍ତି। ସେହିପରି ପଣ୍ଡାଶୁଣି ପଞ୍ଚାୟତର ସମିତି ସଭ୍ୟ ଉପ ନିର୍ବାଚନରେ ଅସନ୍ତୁଷ୍ଟ ବିଜେଡି ସମର୍ଥିତ ପ୍ରାର୍ଥତ୍ନୀ ରାଜଶ୍ରୀ ମଲ୍ଲିକ ୧୪୦୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ସମର୍ଥିତ ସୀତା ମଲ୍ଲିକ ୬୦୯ ଖଣ୍ଡ ଭୋଟ ପାଇଥିବାର ନିର୍ବାଚନ ଅଧିକାରୀ ଗୌରାଙ୍ଗ ଚରଣ ଘୋଷ ପ୍ରକାଶ କରିଛନ୍ତି। ସୂଚନା ଯେ, ଚଳିତ ପଞ୍ଚାୟତ ନିର୍ବାଚନରେ ରାଜଶ୍ରୀ ମଲ୍ଲିକଙ୍କ ଶ୍ୱଶୁର ଲୋକନାଥ ମଲ୍ଲିକ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ହୃଦ୍‌ଘାତରେ ମୃତ୍ୟୁବରଣ କରିଥିଲେ। ଫଳରେ ସମିତି ସଭ୍ୟ ନିର୍ବାଚନ ବାତିଲ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

ଇପିଏଫ୍‌ ପେନସନଭୋଗୀ ସଂଘର ବଡ଼ ନିଷ୍ପତ୍ତି

ରୂପସା,୧୧।୪(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ପୋଡାଡ଼ିହାସ୍ଥିତ ଆମ ଗାଁ ନର୍ସରୀ ପରିସରରେ ବୁଧବାର ଅଲ୍‌ ଓଡ଼ିଶା ପେନସନଭୋଗୀ ସଂଘର ବାଲେଶ୍ୱର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri