ନୂଆଦିଲ୍ଲୀ,୨୭।୬: ଗତ ଗୋଟିଏ ବର୍ଷ ମଧ୍ୟରେ ସବ୍ସିଡି ଏଲ୍ପିଜି ଦର ୨୦% ବଢ଼ିଛି। ସମାନ ସମୟ ଅବଧି ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ପ୍ରାୟ ୪୦% ଖସିଥିଲେ ମଧ୍ୟ ସବ୍ସିଡି ଏଲ୍ପିଜି ଦରରେ ଏଭଳି ବୃଦ୍ଧି ଘଟିଥିବା ଜଣାପଡିଛି। ଏଲ୍ପିଜିର ଚୂଡାନ୍ତ ଦର ସ୍ଥାନୀୟ ପରିବହନ ଖର୍ଚ୍ଚ ପରେ ହିଁ ନିର୍ଦ୍ଧାରିତ ହୋଇଥାଏ। ଏହାକୁ ବିଚାର କଲେ ଗ୍ରାହକ ମାମୁଲି ସବ୍ସିଡି କିମ୍ବା କେତେକ କ୍ଷେତ୍ରରେ ଜିରୋ ସବ୍ସିଡି ଲାଭ କରୁଥିବା ଜଣାପଡିଛି। ଦିଲ୍ଲୀରେ ୧୪ ଲିଟର ବିଶିଷ୍ଟ ସବ୍ସିଡିଯୁକ୍ତ ଏଲ୍ପିଜି ସିଲିଣ୍ଡରର ମୂଲ୍ୟ ଗତ ବର୍ଷ ଜୁନ୍ରେ ୪୯୭ ଟଙ୍କା ରହିଥିଲା। ଏହା ବର୍ତ୍ତମାନ ୫୯୩ ଟଙ୍କାକୁ ବଢିଛି। ଦିଲ୍ଲୀରେ ରହୁଥିବା ଲୋକଙ୍କର ଏଲ୍ପିଜି ଗ୍ୟାସ୍ ସବ୍ସିଡି ୨୪୦ ଟଙ୍କାରୁ ହ୍ରାସ ଘଟି ଶୂନ ପର୍ଯ୍ୟନ୍ତ ଆସିଯାଇଛି। ମେ ଏବଂ ଜୁନ୍ ଲାଗି କୌଣସି ସବ୍ସିଡି ରହିବ ନାହିଁ ବୋଲି ପେଟ୍ରୋଲିୟମ ମନ୍ତ୍ରଣାଳୟର ଏକ ଟୁଇଟର ହ୍ୟାଣ୍ଡେଲରେ କୁହାଯାଇଛି। ତେବେ ବର୍ତ୍ତମାନ ସବୁ ଗ୍ରାହକଙ୍କ ଲାଗି ସବ୍ସିଡି ଜିରୋ ହୋଇ ନ ଥିବା କୁହାଯାଇଛି। ଅପର ପକ୍ଷରେ ୧.୫ କୋଟି ଗ୍ରାହକ ସବ୍ସିଡି ନେଉ ନ ଥିବା ଜଣାପଡିଛି।
ଯୁଦ୍ଧବିରତି ଭିତରେ ହଠାତ୍ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍
ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…
RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍କୁ ଅପରିବର୍ତ୍ତିତ…
ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…
ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…
Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ
ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…
ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….
ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…
୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ
ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…
ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ
ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…
ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା
ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…
Archives

