ତାଳଚେର ଫର୍ଟିଲାଇଜର ୟୁରିଆ ପାଇଁ ସବ୍‌ସିଡି ନୀତି

ନୂଆଦିଲ୍ଲୀ/ଭୁବନେଶ୍ୱର, (ବ୍ୟୁରୋ)୨୧।୪:  ତାଳଚେର ସାର କାରଖାନା (ଟିଏଫ୍‌ଏଲ୍‌) ଦ୍ୱାରା କୋଇଲା ବାଷ୍ପୀକରଣ ବ୍ୟବସ୍ଥାରେ ଉତ୍ପାଦିତ ୟୁରିଆ ନିମନ୍ତେ ସ୍ବତନ୍ତ୍ର ସବ୍‌ସିଡି ନୀତି କାର୍ଯ୍ୟକାରୀ କରିବାକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ମିଳିଛି। କେନ୍ଦ୍ର ସାର ମନ୍ତ୍ରଣାଳୟ ଯେଉଁ ପ୍ରସ୍ତାବ ଉପସ୍ଥାପିତ କରିଥିଲା ତାହା ବର୍ତ୍ତମାନ ଅନୁମୋଦନ ଲାଭ କରିଥିବା ଜଣାପଡିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି, ଏହି ଐତିହାସିକ ନିଷ୍ପତ୍ତି ଆମର ଘରୋଇ ୟୁରିଆ କ୍ଷେତ୍ରରେ ବୈଶ୍ୱିକ ପ୍ରତିଯୋଗିତାକୁ ଅଧିକ ପ୍ରୋତ୍ସାହନ ଦେବ। ଏହାସହ ପରିବେଶ ସହଯୋଗୀ ସ୍ବଦେଶୀ ୟୁରିଆ ଉତ୍ପାଦନକୁ ଗତି ଦେବ।
ଦେଶରେ ଋଣକୌଶଳାତ୍ମକ ଶକ୍ତି ନିରାପତ୍ତା ନୀତି ୟୁରିଆ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଓ ଦେଶରେ ଗଚ୍ଛିତ ଥିବା ବିପୁଳ କୋଇଲା ସମ୍ପଦକୁ ବିଚାରକୁ ନେଇ କେନ୍ଦ୍ର ସରକାର କୋଲ୍‌ ଗ୍ୟାସିଫିକେଶନ ବ୍ୟବସ୍ଥାରେ ତାଳଚେର ସାର କାରଖାନାକୁ ଅନୁମତି ଦେଇଥିଲେ। ଏହାଦ୍ୱାରା ଦେଶର ଚାଷୀଙ୍କ ୟୁରିଆ ଆବଶ୍ୟକତା ଅନେକାଂଶରେ ପୂରଣ ହୋଇପାରିବ। ସେହିଭଳି ଦେଶର ପୂର୍ବାଞ୍ଚଳରେ ବିକାଶ ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିବ। ପୂର୍ବ ଭାରତକୁ ପଠାଯାଉଥିବା ସାର ପରିବହନ ବାବଦ ସବ୍‌ସିଡି ଯଥେଷ୍ଟ ହ୍ରାସ ପାଇବ। ୟୁରିଆ ଆମଦାନୀ ପରିମାଣ ୧୨.୭ ଲକ୍ଷ ମେଟ୍ରିକ ଟନ୍‌ ହ୍ରାସ ହେବ। ୟୁରିଆ ଆମଦାନୀ କମିବା ଦ୍ୱାରା ସରକାର ବିପୁଳ ପରିମାଣର ବୈଦେଶିକ ମୁଦ୍ରା ସଞ୍ଚୟ କରିପାରିବେ।
ତାଳଚେର ସାର ପ୍ରକଳ୍ପ ଆତ୍ମନିର୍ଭର ଭାରତ ଏବଂ ମେକ୍‌ ଇନ୍‌ ଇଣ୍ଡିଆକୁ ପ୍ରୋତ୍ସାହିତ କରିବ। ଏହାଦ୍ୱାରା ପୂର୍ବ ଭାରତର ସଡ଼କ, ରେଳପଥ, ଜଳଯୋଗାଣ ବ୍ୟବସ୍ଥା ଭଳି ଭିତ୍ତିଭୂମି କ୍ଷେତ୍ର ଲାଭବାନ ହୋଇପାରିବ। ଅନେକ ଅନୁସାରୀ ଶିଳ୍ପସଂସ୍ଥା ଗଢ଼ିଉଠିବ। ଉକ୍ତ ପ୍ରକଳ୍ପ ଦ୍ୱାରା ତାଳଚେର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ନୂଆ ଉଦ୍ୟୋଗ ଏବଂ ବ୍ୟବସାୟକୁ ପ୍ରୋତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri