ନିମ୍ନମାନର ଖାଦ୍ୟକୁ ନା

ଢେଙ୍କାନାଳ ଅଫିସ, ୨୮।୯: ପାର୍ବଣ ଋତୁ ହେଉଛି ବ୍ୟବସାୟର ସମୟ। ବ୍ୟବସାୟୀମାନେ ଏହି ଦୁଇମାସକୁ କରିଥାଆନ୍ତ ଅପେକ୍ଷା। ଅଧିକ ଲାଭ ମନାଭାବ ହେଉ କି ସଚେତନତାର ଅଭାବ ଅନେକ ସମୟରେ ସେମାନେ ଭୁଲିଯାଆନ୍ତି ଖାଦ୍ୟ ନିରାପତ୍ତା। ପାଟିକୁ ସ୍ବାଦିଷ୍ଟ ଲାଗୁଥିଲେ ମଧ୍ୟ ଗୁଣବତ୍ତା ଅଭାବରୁ ସେସବୁ ପାଲଟିଯାଏ ସ୍ବାସ୍ଥ୍ୟପକ୍ଷେ ବିଷ। ତେବେ ଚଳିତ ପାର୍ବଣରେ କୌଣସି ପରିସ୍ଥିତିରେ ନିମ୍ନମାନର ଖାଦ୍ୟପଦାର୍ଥ ବିକ୍ରିବଟାକୁ ପ୍ରଶ୍ରୟ ଦିଆଯିବନାହିଁ ବୋଲି ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅନୁଷ୍ଠିତ ସୁରକ୍ଷିତ ସ୍ବାସ୍ଥ୍ୟପ୍ରଦ ଖାଦ୍ୟ ଗ୍ରହଣ ସମ୍ପର୍କିତ ଜିଲାସ୍ତରୀୟ ଉପଦେଷ୍ଟା କମିଟି ବୈଠକରେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ। ଏଥିଲାଗି ପ୍ରଶାସନ ପକ୍ଷରୁ ଅକ୍ଟୋବର ୧ରୁ ୧୯ ଯାଏ ସ୍ବତନ୍ତ୍ର ଡ୍ରାଇଭ୍‌ କରାଯିବ। ହୋଟେଲ, ରେଷ୍ଟୁରାଣ୍ଟ, ରାସ୍ତାପାର୍ଶ୍ୱ ଜଳଖିଆ ଦୋକାନ, ଫାଷ୍ଟଫୁଟ୍‌ ସେଣ୍ଟରଗୁଡ଼ିକରେ ଯାଞ୍ଚ କଡ଼ାକଡ଼ି ହେବ। ସାମାନ୍ୟ ଅବହେଳା ଦୃଷ୍ଟିକୁ ଆସିଲେ ଦୋକାନୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଆଗକୁ ଗଣପର୍ବ ଲକ୍ଷ୍ମୀପୂଜା ଥିବାରୁ ନିମ୍ନମାନର ଖାଦ୍ୟପଦାର୍ଥ ବିକ୍ରି ଆଶଙ୍କା ରହିଛି। ଏହାକୁ ପ୍ରତିହତ କରିବାକୁ ମାଜିଷ୍ଟ୍ରେଟ୍‌, ପୋଲିସ, ଯୋଗାଣ ଅଧିକାରୀ, ଅବକାରୀ ନିରୀକ୍ଷକ, ପ୍ରଶାସନିକ ଅଧିକାରୀଙ୍କୁ ନେଇ ୭ ଜଣିଆ ସ୍କ୍ବାଡ୍‌ ଗଠନ କରାଯିବ। ଉକ୍ତ ସ୍କ୍ବାଡ୍‌ ନିୟମିତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିବ। ଏଥିସହ ପ୍ରତିମାସରେ ଜିଲାର ସ୍କୁଲ, କଲେଜ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ, ହଷ୍ଟେଲରେ ଅନୂ୍ୟନ ଦୁଇଥର ଖାଦ୍ୟର ଗୁଣବତ୍ତା ଯାଞ୍ଚ କରାଯିବ। ଏ ଦିଗରେ ସ୍ବାସ୍ଥ୍ୟ ବିଭାଗ ଯତ୍ନବାନ ହେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ପାର୍ବଣରେ ବାସି ଖାଦ୍ୟଠାରୁ ଦୂରେଇ ରହି ତଟକା ଖାଦ୍ୟ ଖାଇବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସେହିପରି ସେହିପରି ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ତମାଖୁ ମୁକ୍ତ ଅଞ୍ଚଳରେ ପରିଣତ କରିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି। ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିଧିରେ ଯେପରି ନିଶାଦ୍ରବ୍ୟ ବିକ୍ରି ନ ହେବ ସେଥିଲାଗି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆୟୋଜିତ ବୈଠକରେ ଅତିରିକ୍ତ ଜିଲପାଳ (ରାଜସ୍ବ) ଉଦୟ ମହାପାତ୍ର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ ଦରୱାନ, ସିଡିଏମ୍‌ଓ ଡା. ଅଶୋକ ଦାଶ, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ପୋଲିସ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri