Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୧୫।୯ : ଜମ୍ମୁ -କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ନୌଗାମ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ନିକଟରୁ ଗୋଟିଏ ଏକେ-୪୭ ରାଇଫଲ, ଦୁଇଟି ପିସ୍ତଲ ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। କୁହାଯାଉଛି ଯେ ପଶ୍ଚିମବଙ୍ଗର ଶ୍ରମିକଙ୍କ ହତ୍ୟାରେ ଉଭୟ ଆତଙ୍କବାଦୀ ସମ୍ପୃକ୍ତ ଥିଲେ।

କୁହାଯାଉଛି ଯେ ନୌଗାମ ଏନକାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀମାନେ ଅଲ କାଏଦା ଅନୁବନ୍ଧିତ ଅନସର ଗାଜୱାଟ-ଉଲ ହିନ୍ଦର ସଦସ୍ୟ ଥିଲେ। ଉଭୟଙ୍କୁ ଏଜାଜ ରସୁଲ ନାଜର ଏବଂ ସହିଦ ଅହମ୍ମଦ ଓରଫ ଆବୁ ହାମଜା ଭାବେ ଚିହ୍ନଟ କରାଯାଇଛି। ଆତଙ୍କବାଦୀ ରସୁଲ ନାଜର ପୁଲୱାମାର କରିମାବାଦ ବାସିନ୍ଦା ହୋଇଥିବାବେଳେ ସହିଦ ବଡ଼ଗାମର ବାସିନ୍ଦା । ଆତଙ୍କବାଦୀଙ୍କ ବିରୋଧରେ ଏହି ଅପରେସନ ଚିନାର କର୍ପସ ଏବଂ ଅନ୍ୟାନ୍ୟ ସୁରକ୍ଷାକର୍ମୀଙ୍କ ପାରସ୍ପରିକ ସହଯୋଗରେ କରାଯାଇଥିଲା।

ଅତିରିକ୍ତ ମହାନିର୍ଦ୍ଦେଶକ ପୋଲିସ (କଶ୍ମୀର) ବିଜୟ କୁମାର ଟୁଇଟ କରି କହିଛନ୍ତି ଯେ ନିହତ ହୋଇଥିବା ଆତଙ୍କବାଦୀମାନେ ଆତଙ୍କବାଦୀ ସଂଗଠନ ଅନସର ଗାଜୱାଟ-ଉଲ ହିନ୍ଦର ସଦସ୍ୟ। ପୁଲୱାମାରେ ୨ ସେପ୍ଟେମ୍ବର ୨୦୨୨ ରେ ପଶ୍ଚିମବଙ୍ଗର ଶ୍ରମିକ ମୁନିର-ଉଲ-ଇସଲାମଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସେମାନେ ଜଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri