ଏକତା ଦ୍ୱାରା ସଫଳତା ମିଳିଥାଏ

କଟକ,୨୪।୧୦: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଅଫିସର୍ସ ବହୁମୁଖୀ ସମବାୟ ସମିତିର ୩୯ତମ ବାର୍ଷିକ ସାଧାରଣ ସଭା ରବିବାର ସ୍ଥାନୀୟ ଶହୀଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏସ୍‌ବିଆଇ ଅଫିସରମାନଙ୍କ ଦ୍ବାରା ଗଠିତ ସମବାୟ ସମିତିର ରାଜ୍ୟସ୍ତରୀୟ ବାର୍ଷିକ ସାଧାରଣ ସଭା ଅରୁଣ କୁମାର ବିଶୋଇଙ୍କ ସଭାପତିତ୍ୱରେ କାର୍ଯ୍ୟ ପ୍ରାରମ୍ଭ ହୋଇଥିଲା। ଏପରିକି ସମିତିର ଅନ୍ୟତମ ସଦସ୍ୟ ନବ କିଶୋର ସାହୁ ଉପସ୍ଥିତ ଅତିଥି ଓ ଅନ୍ୟମାନଙ୍କର ପରିଚୟ ପ୍ରଦାନ ସହ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ।

ଓଡ଼ିଶାର ବରିଷ୍ଠ ଶିକ୍ଷାବିତ ଡ. ସତ୍ୟକାମ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବାୟ ସମିତିର ଭୂମିକା ଉପରେ ସବିଶେଷ ଆଲୋକପାତ କରିଥିଲେ। ସେହିଭଳି ଅଫିସର ସଂଘର ସଭାପତି ଅମିତାଭ ଦାସ ଉଲ୍ଲେଖ କରିଥିଲେ ଯେ, ଐକ୍ୟବଦ୍ଧତା ଯୋଗେ ସମିତି ତଥା ସଂଘର ଉତ୍ତରୋତ୍ତର ଉନ୍ନତି ସମ୍ପାଦିତ ହୋଇପାରିଛି। ଏପରିକି ଏକତା ଦ୍ୱାରା ସଫଳତା ମିଳିଥାଏ। ସେ ଆଗାମୀ ଦିନରେ ମଧ୍ୟ ସମସ୍ତ ସଦସ୍ୟଙ୍କର ସହଯୋଗ କାମନା କରିଥିଲେ। ସମିତିର ସଭାପତି ଅରୁଣ କୁମାର ବିଶୋଇ ସ୍ବାଗତ ଭାଷଣ ପ୍ରଦାନ କରିବା ସଙ୍ଗେ ସଙ୍ଗେ ସଭାକୁ ସୁଚାରୁ ରୂପେ ପରିଚାଳନା କରିଥିଲେ। ସେହିପରି ଷ୍ଟେଟ୍‌ ବ୍ୟାଙ୍କ ଷ୍ଟାଫ୍‌ ଆସୋସିଏଶନ ଭୁବନେଶ୍ୱର ସର୍କଲର ସଭାପତି ସ୍ବାଧୀନ କୁମାର ଦାଶ, ସମ୍ପାଦକ ରଘୁନାଥ ପ୍ରସାଦ ଦାସ ପ୍ରମୁଖ ଉକ୍ତ ବୈଠକରେ ଉଦ୍‌ବୋଧନ ଦେଇଥିଲେ। ପରିଶେଷରେ ସମିତିର କୋଷାଧ୍ୟକ ତନ୍ମୟ ଦାଶଗୁପ୍ତା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri