Posted inଜାତୀୟ

ସୁରକ୍ଷାବାହିନୀକୁ ସଫଳତା: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ପୁଞ୍ଚର ସିନ୍ଧ୍ରା ଅଞ୍ଚଳରେ ମିଳିତ ଅପରେଶନରେ ଚାରି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ଭାରତୀୟ ସେନା ଅଧିକାରୀଙ୍କ ସଚନାନୁସାରେ, ମଙ୍ଗଳବାର ସକାଳେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଭାରତୀୟ ସେନା ସ୍ପେଶାଲ ଫୋର୍ସ, ରାଷ୍ଟ୍ରିୟ ରାଇଫଲ୍ସ ଏବଂ ଜମ୍ମୁ କଶ୍ମୀର ପୋଲିସ କର୍ମଚାରୀମାନେ ଏହି ଅପରେଶନରେ ଅଂଶଗ୍ରହଣ କରିଥିଲେ। ଏହି ଅପରେଷନରେ ନିହତ ହୋଇଥିବା ଆତଙ୍କବାଦୀମାନେ ବିଦେଶୀ ଆତଙ୍କବାଦୀ ଏବଂ ସେମାନଙ୍କ ପରିଚୟ ବିଷୟରେ ଖୋଜାଚାଲିଛି।
ସୂଚନାନୁସାରେ, ଆଗାମୀ ସ୍ବାଧୀନତା ଦିବସ ଏବଂ ରକ୍ଷା ବନ୍ଧନ ଅବସରରେ ପ୍ରମୁଖ ଆତଙ୍କବାଦୀ ଘଟଣା ଘଟାଇବା ପାଇଁ ଏମାନେ ଷଡଯନ୍ତ୍ର କରୁଥିବା ଜଣାପଡିଛି। ଜମ୍ମୁକଶ୍ମୀରର ପୁଞ୍ଚର ସୁରନକୋର୍ଟରେ ସୁରକ୍ଷାବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏବେ ବି ଗୁଳି ବିନିମୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri