ବୁଣାକାର ପରିବାରର ପୁଅଙ୍କ ବଡ଼ ସଫଳତା: ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ପାଇ ଆଣିଲେ ଗୌରବ

ଅମରପାଲି, ୧୮।୭ (ପୀତାମ୍ବର ସାହୁ) : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତର ଆମ୍ବଶରଭଟା ଗ୍ରାମର ଯତୀନ ମେହେର ନିଟ୍‌ ୟୁଜି ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଜଣେ ସାଧାରଣ ବୁଣାକାର ପରିବାରରୁ ଆସିଥିବା ଯତୀନ ସମୁଦାୟ ୭୨୦ ନମ୍ବରରୁ ୫୮୩ ନମ୍ବର ହାସଲ କରି ଅଲ ଇଣ୍ଡିଆ ରାଙ୍କ ୧୬ହଜାର ୫୮୭ ଅଧିକାର କରିଛନ୍ତି। ଯତୀନଙ୍କ ପିତା ଚୈତନ୍ୟ ମେହେର ଜଣେ ବୁଣାକାର ହୋଇଥିବାବେଳେ ମାତା ସୁମିତ୍ରା ମେହେର ଜଣେ ଗୃହିଣୀ। ସୀମିତ ଆର୍ଥିକ ସାମର୍ଥ୍ୟ ସତ୍ତ୍ୱେ ପରିବାରର ସହଯୋଗ ଓ ନିଜର ଅକ୍ଳାନ୍ତ ପରିଶ୍ରମ ବଳରେ ସେ ଏହି ସଫଳତା ହାସଲ କରିଛନ୍ତି।
ଯତୀନ ନିଜର ପ୍ରାଥମିକ ଶିକ୍ଷା ଗ୍ରାମ ବିଦ୍ୟାଳୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମାପ୍ତ କରିଥିଲେ। ପରେ ରଥପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରୁ ହାଇସ୍କୁଲ ଶିକ୍ଷା ଶେଷ କରି ବଲାଙ୍ଗୀରର ଏକ ଘରୋଇ କଲେଜରୁ ଯୁକ୍ତ ଦୁଇ ବିଜ୍ଞାନରେ କୃତକାର୍ଯ୍ୟ ହୋଇଥିଲେ। ଗତ ଦୁଇ ବର୍ଷ ଧରି ବଲାଙ୍ଗୀରର ଏକ ଘରୋଇ କୋଚିଂ ପ୍ରତିଷ୍ଠାନରେ ନିଟ ପାଇଁ ପ୍ରସ୍ତୁତି ଚଳାଇଥିଲେ। ସଫଳତା ପଛରେ ଦୈନିକ ୧୦ରୁ ୧୧ ଘଣ୍ଟା ନିୟମିତ ଅଧ୍ୟୟନ ଓ କଠିନ ପରିଶ୍ରମ ରହିଥିବା ଯତୀନ କହିଛନ୍ତି। ଦ୍ୱିତୀୟ ପ୍ରୟାସରେ ସେ ଏହି ସଫଳତା ହାସଲ କରିଛନ୍ତି। ଏହି କୃତିତ୍ୱର ଶ୍ରେୟ ସେ ତାଙ୍କର ମାତାପିତା, ବଡ଼ ଭଉଣୀ, ସାଙ୍ଗସାଥି ଏବଂ ଶିକ୍ଷକମାନଙ୍କୁ ଦେଇଛନ୍ତି। ଏହା ସହିତ ସେ ଗତ ବର୍ଷ ଓଜେଇଇ ବିଫାର୍ମରେ ଓଡ଼ିଶା ଟପ୍ପର ହୋଇଥିଲେ ମଧ୍ୟ ଡାକ୍ତରୀ ପଢ଼ିବା ପାଇଁ ପୁଣି ନିଜକୁ ପ୍ରସ୍ତୁତ କରୁଥିଲେ। ଭବିଷ୍ୟତରେ ଜଣେ ଦକ୍ଷ ଡାକ୍ତର ହୋଇ ସମାଜର ସେବା କରିବାକୁ ଲକ୍ଷ୍ୟ ରଖିଥିବା ଯତୀନ କହିଛନ୍ତି ଯେ, “ଜୀବନରେ ସଫଳତା ପାଇବା ପାଇଁ କଠିନ ପରିଶ୍ରମ, ଆତ୍ମବିଶ୍ୱାସ ଓ ନିୟମିତ ଅଧ୍ୟୟନର କୌଣସି ବିକଳ୍ପ ନାହିଁ।” ତାଙ୍କର ଏହି ସଫଳତା ପରେ ପରିବାର, ଗ୍ରାମବାସୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦର ପରିବେଶ ସୃଷ୍ଟି ହୋଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri