ରିଲ ଲାଇଫ୍‌ରେ ସଫଳ, ରିୟଲ ଲାଇଫ୍‌ରେ ବିଫଳ…

ମୁମ୍ବାଇ,୯।୨: ବଲିଉଡ ଅଭିନେତ୍ରୀ ଅମ୍ରିତା ସିଂଙ୍କୁ ମଙ୍ଗଳବାର ୬୩ ବର୍ଷ ପୂରଣ ହୋଇଛି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତାଙ୍କ ନାମ ରୁକ୍ସାନା ସୁଲତାନା ଜଣେ ପଞ୍ଜାବି ମୁସଲମାନ୍‌ ଥିବାବେଳେ ପିତା ଶାବିନ୍ଦର ସିଂ ଜଣେ ଶିଖ୍‌ ଥିଲେ। ୧୯୮୩ରେ ବେତାବ ଫିଲ୍ମରେ ତାଙ୍କର ଅଭିନୟ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା। ଏହାପରେ ତାଙ୍କ ପଛରେ ଫିଲ୍ମ ର୍ନିମାତାଙ୍କ ଲାଇନ ଲାଗିଯାଇଥିଲା। ଏହାପରେ ୧୯୮୫ରେ ସାହେବ, ମର୍ଦ୍ଦ, ୧୯୮୬ରେ ଚାମେଲୀ କି ଶାଦି ଏବଂ ନାମ୍‌, ୧୯୮୭ରେ ଖୁଦଗର୍ଜ, ୧୯୮୮ରେ ଓ୍ବାରିସ୍‌, ୧୯୯୨ରେ ରାଜୁ ବନଗୟା ଜେଣ୍ଟଲମ୍ୟାନ୍‌, ୧୯୯୩ରେ ଆଇନା ଏବଂ ରଙ୍ଗ୍‌ ଆଦି ଫିଲ୍ମକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ୧୯୯୧ରେ ଶୈଫ ଅଲ୍ଲୀ ଖାଁଙ୍କ ସହିତ ତାଙ୍କର ସାକ୍ଷାତ୍‌ ହୋଇଥିଲା। ସେତେବେଳେ ଶୈଫ କ୍ୟାରିୟର ପାଇଁ ବେଶ ବ୍ୟସ୍ତ ଥିଲେ। ଧୀରେଧୀରେ ଅମ୍ରିତାଙ୍କ ସହିତ ନିବିଡ଼ତା ବଢ଼ିଥିଲା। ଅମ୍ରିତା ଥରେ ଶୈଫ୍‌ଙ୍କୁ କିସ କରିଥିଲେ। ଏହାପରେ ଶୈଫ ଅମ୍ରିତାଙ୍କୁ ବିବାହ କରିବା ପାଇଁ ସ୍ଥିର କରିଥିଲେ। ସେହିବର୍ଷ ସେମାନଙ୍କ ବିବାହ ହୋଇଥିଲା। ରିଲ ଲାଇଫ୍‌ରେ ସଫଳ ଥିବା ଅମ୍ରିତା ରିୟଲ ଲାଇଫ୍‌ କିନ୍ତୁ ଅସଫଳ ହୋଇଥିଲେ। ୨୦୦୪ରେ ଶୈଫ୍‌ଙ୍କ ସହିତ ତାଙ୍କର ବିବାହ ବିଚ୍ଛେଦ ଘଟିଥିଲା। ଏବେ ଝିଅ ସାରା ଅଲ୍ଲୀ ଖଁା ଏବଂ ପୁଅ ଇବ୍ରାହିମ ଖାଁ ସହିତ ଅମ୍ରିତା ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri