ସୋହେଲା,୯।୯(ଡି.ଏନ.ଏ.):ଅଭାବ ଅନଟନ ସଫଳତାରେ ବାଧା ସୃଷ୍ଟି କରିପାରେ କିନ୍ତୁ ଅଟକାଇ ପାରେନାହିଁ। ଏହାର ଏକ ଉଦାହରଣ ସାଜିଛନ୍ତି ସୋହେଲା ବ୍ଲକ କନଗାଁ ପଞ୍ଚାୟତର ବୁଡ଼ାମାଲ ଗ୍ରାମର ଶିଶିର କଲାରୀ। ପିତା ଧନେଶ୍ୱର ଓ ମାତା ପଦ୍ମିନୀଙ୍କ ପୁଅ ଶିଶିର ପିଲାଟି ଦିନରୁ ମେଧାବୀ ଛାତ୍ର ଅଟନ୍ତି। ଧନେଶ୍ୱର ଜଣେ ବୁଣାକାର। ଅଭାବ ଅନଟନ ଭିତରେ ରହି ଶିଶିର ବୁଡ଼ାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଓ ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପାଇଥିଲେ। ଏହାପରେ ନବୋଦୟ ବିଦ୍ୟାଳୟରେ ପ୍ରବେଶିକା ପାଇଥିଲେ। ସେଠାରେ ଦଶମ ଶ୍ରେଣୀରେ କୃତକାର୍ଯ୍ୟ ହୋଇ ପୁନେରେ ଏକାଦଶ, ଦ୍ୱାଦଶ ଶ୍ରେଣୀରେ ପାଠ ପଢିବା ସହ ନିଟ୍ ପାଇଁ ପ୍ରସ୍ତୁତି କରୁଥିଲେ। କୋଭିଡ ମହାମାରୀ ସମୟରେ ସେ ଘରକୁ ଆସିବାକୁ ବାଧ୍ୟ ହେଲେ। ମାତ୍ର ହାର୍ ନ ମାନି ଅଧ୍ୟୟନ ଜାରି ରଖିଥିଲେ। ଦ୍ବିତୀୟ ପ୍ରୟାସରେ ନିଟ୍ ପରୀକ୍ଷାରେ ସେ ୧୮୪୨୪ ସର୍ବଭାରତୀୟ ର଼୍ୟାଙ୍କ ରଖିଛନ୍ତି। କାଟାଗୋରି ର଼୍ୟାଙ୍କ ୩୧୩ ଅଛି। ଶିଶିର ନିଜ ସଫଳତାର ଶ୍ରେୟ ମାତାପିତା, ସମସ୍ତ ଶିକ୍ଷକଙ୍କୁ ଦେଇଛନ୍ତି। ଭବିଷ୍ୟତରେ ସେ ଜଣେ ହୃଦ୍ରୋଗ ବିଶେଷଜ୍ଞ ହେବାକୁ ଲକ୍ଷ୍ୟ ରଖିଛନ୍ତି।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
Archives


