ସୋହେଲା,୯।୯(ଡି.ଏନ.ଏ.):ଅଭାବ ଅନଟନ ସଫଳତାରେ ବାଧା ସୃଷ୍ଟି କରିପାରେ କିନ୍ତୁ ଅଟକାଇ ପାରେନାହିଁ। ଏହାର ଏକ ଉଦାହରଣ ସାଜିଛନ୍ତି ସୋହେଲା ବ୍ଲକ କନଗାଁ ପଞ୍ଚାୟତର ବୁଡ଼ାମାଲ ଗ୍ରାମର ଶିଶିର କଲାରୀ। ପିତା ଧନେଶ୍ୱର ଓ ମାତା ପଦ୍ମିନୀଙ୍କ ପୁଅ ଶିଶିର ପିଲାଟି ଦିନରୁ ମେଧାବୀ ଛାତ୍ର ଅଟନ୍ତି। ଧନେଶ୍ୱର ଜଣେ ବୁଣାକାର। ଅଭାବ ଅନଟନ ଭିତରେ ରହି ଶିଶିର ବୁଡ଼ାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଓ ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପାଇଥିଲେ। ଏହାପରେ ନବୋଦୟ ବିଦ୍ୟାଳୟରେ ପ୍ରବେଶିକା ପାଇଥିଲେ। ସେଠାରେ ଦଶମ ଶ୍ରେଣୀରେ କୃତକାର୍ଯ୍ୟ ହୋଇ ପୁନେରେ ଏକାଦଶ, ଦ୍ୱାଦଶ ଶ୍ରେଣୀରେ ପାଠ ପଢିବା ସହ ନିଟ୍ ପାଇଁ ପ୍ରସ୍ତୁତି କରୁଥିଲେ। କୋଭିଡ ମହାମାରୀ ସମୟରେ ସେ ଘରକୁ ଆସିବାକୁ ବାଧ୍ୟ ହେଲେ। ମାତ୍ର ହାର୍ ନ ମାନି ଅଧ୍ୟୟନ ଜାରି ରଖିଥିଲେ। ଦ୍ବିତୀୟ ପ୍ରୟାସରେ ନିଟ୍ ପରୀକ୍ଷାରେ ସେ ୧୮୪୨୪ ସର୍ବଭାରତୀୟ ର଼୍ୟାଙ୍କ ରଖିଛନ୍ତି। କାଟାଗୋରି ର଼୍ୟାଙ୍କ ୩୧୩ ଅଛି। ଶିଶିର ନିଜ ସଫଳତାର ଶ୍ରେୟ ମାତାପିତା, ସମସ୍ତ ଶିକ୍ଷକଙ୍କୁ ଦେଇଛନ୍ତି। ଭବିଷ୍ୟତରେ ସେ ଜଣେ ହୃଦ୍ରୋଗ ବିଶେଷଜ୍ଞ ହେବାକୁ ଲକ୍ଷ୍ୟ ରଖିଛନ୍ତି।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All
କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା
ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…
ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…
ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ
ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…
୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…
‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!
ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…
IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍
କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…
ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…
ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
Archives

