Posted inଜାତୀୟ

ସୌର ଶକ୍ତି-ମହାକାଶ କ୍ଷେତ୍ରର ସଫଳତା ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ,୩୦।୧୦ : ମନ କି ବାତ୍‌ର ୯୪ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି। ସର୍ବପ୍ରଥମେ ସେ ଛଠ୍‌ ମହୋତ୍ସବରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ ଏହି ପର୍ବ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେଇଥାଏ। କିଷାନ କୁସୁମ ଯୋଜନା ବିଷୟରେ ଉଲ୍ଲେଖ କରି ସେ ସୌର ଶକ୍ତି ଏବଂ ମହାକାଶ କ୍ଷେତ୍ରରେ ଭାରତର ସଫଳତା ବିଷୟରେ ମଧ୍ୟ କହିଛନ୍ତି। ଏହି ଦୁଇ କ୍ଷେତ୍ର ଦେଶର ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ। ଗୁଜରାଟର ମୋଢ଼େରା ଗାଁର ଉଦାହରଣ ଦେଇଛନ୍ତି ଏବଂ କହିଛନ୍ତି ଯେ ଏହା ଦେଖି ଅନ୍ୟ ଗାଁର ଲୋକମାନେ ମୋତେ ସେମାନଙ୍କ ଗାଁକୁ ସୌର ଗ୍ରାମରେ ପରିଣତ କରିବାକୁ ଲେଖୁଛନ୍ତି।

ଭାରତୀୟ ମହାକାଶ ଗବେଷଣା ସଂଗଠନ ଭାରତକୁ ବିଶ୍ୱ ବାଣିଜ୍ୟ ବଜାରରେ ଏକ ଶକ୍ତିଶାଳୀ ସ୍ଥିତି ପ୍ରଦାନ କରିପାରିଛି।

ଏପରି ଏକ ସମୟ ଥିଲା ଯେତେବେଳେ ଭାରତକୁ କ୍ରାୟୋଜେନିକ ଟେକ୍ନୋଲୋଜି ଦେବାକୁ ମନା କରାଯାଇଥିଲା। କିନ୍ତୁ ଭାରତ ନିଜେ ଏହି କାର୍ଯ୍ୟ କରିଛି ଏବଂ ଆଜି ଏହା ନିଜସ୍ବ ଟେକ୍ନୋଲୋଜି ସହିତ ଉପଗ୍ରହ ଉତକ୍ଷେପଣ କରୁଛି।

ସମଗ୍ର ବିଶ୍ୱ ଏହାର ଭବିଷ୍ୟତକୁ ସୌର ଶକ୍ତି ଉପରେ କେନ୍ଦ୍ରିତ କରିଛି। ଆମେ ଆମର କୃଷକ ଭାଇମାନଙ୍କ ପାଇଁ କିଷାନ କୁସୁମ ଯୋଜନା ଆରମ୍ଭ କଲୁ। ଯେଉଁଥିରେ କୃଷକମାନେ ସୌର ପମ୍ପ ସ୍ଥାପନ କରୁଛନ୍ତି। ବର୍ତ୍ତମାନ କୃଷକମାନେ ସୌର ଶକ୍ତିରୁ ରୋଜଗାର କରି ପାରୁଛନ୍ତି। ସେ ତାମିଲନାଡୁର କାଞ୍ଚିପୁରମର ଜଣେ କୃଷକ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଯିଏ ତାଙ୍କ ଫାର୍ମରେ ୧୦ ହର୍ସ ପାଓ୍ବାରର ଏକ ସୌର ପମ୍ପ ସେଟ ସ୍ଥାପନ କରିଛି । ସୌର ଶକ୍ତି ରୋଜଗାରର ନୂତନ ମାଧ୍ୟମ ପାଲଟିଥିବା ପ୍ରଧାନମନ୍ତ୍ରୀ
କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?