ଜୁଡୋ ପ୍ରତିଯୋଗିତାରେ ଦେବଗଡ଼ ଖେଳାଳିଙ୍କ ସଫଳତା

ଦେବଗଡ଼ ୫।୧୧(ଡି.ଏନ୍‌.ଏ.): ସୁରଟଠାରେ ଗତ ଅକ୍ଟୋବର ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଅକ୍ଷୟ କୁମାର ଅର୍ନ୍ତଜାତୀୟ ଜୁଡୋ ପ୍ରତିଯୋଗିତାରେ ଦେବଗଡ଼କୁ ସଫଳତା ମିଳିଛି। ଏଥିରେ ଓଡ଼ିଶା ଦଳ ପକ୍ଷରୁ ଦେବଗଡ଼ ଜିଲାର ୧୦ଜଣ ପ୍ରତିଯୋଗୀ ସଫଳତା ଅର୍ଜନ କରିଛନ୍ତି। ଉକ୍ତ ପ୍ରତିଯୋଗୀମାନେ ନିଜ ବର୍ଗରେ ଖେଳି ୧୨ଟି ଅର୍ନ୍ତଜାତୀୟ ତଥା ଜାତୀୟ ସ୍ତର ପଦକ ହାସଲ କରିଛନ୍ତି। ସେଥିମଧ୍ୟରୁ ୩ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ, ୭ଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଜିଲାର ଅନମୋଲ ନାୟକ, ଖୁସି ମୁଣ୍ଡା, ସମୀକ୍ଷା ମୁଣ୍ଡା ସ୍ବର୍ଣ୍ଣ ପଦକ ପାଇଥିବାବେଳେ ଆୟୁଷ ପାତ୍ର, ସଚିନ ମୁଣ୍ଡା ରୌପ୍ୟ ପଦକ ଏବଂ ମନିଷ ଲାକ୍ରା ଓ ସମୀକ୍ଷା ମୁଣ୍ଡା ୨ଟି ବ୍ରୋଞ୍ଜ ପଦକ ପାଇଥିବାବେଳେ ଅଂଶୁମାନ ମୁଣ୍ଡା, ଆୟୁଷ ପାତ୍ର, ଲିଙ୍ଗରାଜ ପାତ୍ର ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। କୁଡୋ ଏକାଡେମୀ ଦେବଗଡର ପ୍ରଶିକ୍ଷକ ଅନୀଲ ବାର୍ଲା, ଉପଦେଷ୍ଟା କ୍ଷମାନିଧି ସାହୁ, ଅନୁଷ୍ଠାନ ସଭାପତି ଡ.ଅମରେଶ ଚନ୍ଦ୍ର ସ୍ବାଇଁ କୃତୀ ପ୍ରତିଯୋଗୀଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି। କୃତୀ ପ୍ରତିଯୋଗୀମାନେ ଦେବଗଡ଼ ପହଞ୍ଚତ୍ବାପରେ ଦେବଗଡ ପୌରପରିଷଦର ଉପନଗରପାଳ ପ୍ରଜିତ କୁମାର ଭୋଜ, ୱାର୍ଡ ନଂ.୯ର କାଉନସିଲର ସରୋଜିନୀ ମୁଣ୍ଡା ଶୋଭାଯାତ୍ରା ମାଧ୍ୟମରେ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଶୁଭେଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri