‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ପୂର୍ବାହ୍ନ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି। ପରୀକ୍ଷା ସମୟରେ ସ୍ବତନ୍ତ୍ର ଭାବେ ଲଗାଯାଇଥିବା ରାଡାର ମାଧ୍ୟମରେ ସଂଗୃହୀତ ତଥ୍ୟକୁ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି । ପୂର୍ବରୁ ନିର୍ଭୟ ମିସାଇଲରେ ଟର୍ବୋଫ୍ୟାନ ଇଞ୍ଜିନ ବ୍ୟବହାର କରାଯାଉଥିବାବେଳେ, ଚଳିତ ପରୀକ୍ଷାରେ ଏହି ମିସାଇଲରେ ‘ମାଣିକ ଟର୍ବୋଫ୍ୟାନ’ ଇଞ୍ଜିନ ବ୍ୟବହାର କରାଯାଇ ପରୀକ୍ଷା କରାଯାଇଛି। ଫଳରେ ଡିଆରଡିଓ ତରଫରୁ ଏହାକୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ରୁଜ ମିସାଇଲ ବୋଲି କୁହାଯାଉଛି । ‘ମାଣିକ ଟର୍ବୋଫ୍ୟାନ’ ଇଞ୍ଜିନ ମାଧ୍ୟମରେ ଏହି ମିସାଇଲ ଅଧିକ ବେଗ ପାଇବା ସହିତ କମ ଶବ୍ଦ କରିବ। ନିର୍ଭୟ ମିସାଇଲର ଓଜନ ୧୫୦୦ କିଲୋଗ୍ରାମ ହୋଇଥିବାବେଳେ ଏହାର ଲମ୍ବ ୬ ମିଟର, ଓସାର ୦.୫୨ ମିଟର ଓ ଏହାର ଡେଣାର ଲମ୍ବ ୨.୭ ମିଟର ରହିଛି । ଏହି କ୍ଷେପଣାସ୍ତ୍ରରେ ୨ଶହରୁ ୩ଶହ କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ । ୧୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରୁଥିବା ନିର୍ଭୟ ମିସାଇଲର ବେଗ ଶବ୍ଦର ବେଗଠାରୁ ୭ରୁ ୯ ଗୁଣ ଅଧିକ । ଏହି ମିସାଇଲକୁ ପ୍ରଥମେ ୨୦୧୩ ମସିହା ମାର୍ଚ୍ଚମାସ ୧୨ ତାରିଖରେ ଚାନ୍ଦିପୁରରୁ ପରୀକ୍ଷା କରାଯାଇଥିବାବେଳେ, ଆଜି ନବମ ଥର ପାଇଁ ପରୀକ୍ଷା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri