‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ପୂର୍ବାହ୍ନ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି। ପରୀକ୍ଷା ସମୟରେ ସ୍ବତନ୍ତ୍ର ଭାବେ ଲଗାଯାଇଥିବା ରାଡାର ମାଧ୍ୟମରେ ସଂଗୃହୀତ ତଥ୍ୟକୁ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି । ପୂର୍ବରୁ ନିର୍ଭୟ ମିସାଇଲରେ ଟର୍ବୋଫ୍ୟାନ ଇଞ୍ଜିନ ବ୍ୟବହାର କରାଯାଉଥିବାବେଳେ, ଚଳିତ ପରୀକ୍ଷାରେ ଏହି ମିସାଇଲରେ ‘ମାଣିକ ଟର୍ବୋଫ୍ୟାନ’ ଇଞ୍ଜିନ ବ୍ୟବହାର କରାଯାଇ ପରୀକ୍ଷା କରାଯାଇଛି। ଫଳରେ ଡିଆରଡିଓ ତରଫରୁ ଏହାକୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ରୁଜ ମିସାଇଲ ବୋଲି କୁହାଯାଉଛି । ‘ମାଣିକ ଟର୍ବୋଫ୍ୟାନ’ ଇଞ୍ଜିନ ମାଧ୍ୟମରେ ଏହି ମିସାଇଲ ଅଧିକ ବେଗ ପାଇବା ସହିତ କମ ଶବ୍ଦ କରିବ। ନିର୍ଭୟ ମିସାଇଲର ଓଜନ ୧୫୦୦ କିଲୋଗ୍ରାମ ହୋଇଥିବାବେଳେ ଏହାର ଲମ୍ବ ୬ ମିଟର, ଓସାର ୦.୫୨ ମିଟର ଓ ଏହାର ଡେଣାର ଲମ୍ବ ୨.୭ ମିଟର ରହିଛି । ଏହି କ୍ଷେପଣାସ୍ତ୍ରରେ ୨ଶହରୁ ୩ଶହ କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ । ୧୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରୁଥିବା ନିର୍ଭୟ ମିସାଇଲର ବେଗ ଶବ୍ଦର ବେଗଠାରୁ ୭ରୁ ୯ ଗୁଣ ଅଧିକ । ଏହି ମିସାଇଲକୁ ପ୍ରଥମେ ୨୦୧୩ ମସିହା ମାର୍ଚ୍ଚମାସ ୧୨ ତାରିଖରେ ଚାନ୍ଦିପୁରରୁ ପରୀକ୍ଷା କରାଯାଇଥିବାବେଳେ, ଆଜି ନବମ ଥର ପାଇଁ ପରୀକ୍ଷା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri