କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ କେଭି ଭଞ୍ଜନଗର ଏକାଧିକ ବର୍ଗରେ ପଦକ ହାସଲ କରିଛି। ବିଦ୍ୟାଳୟ ପକ୍ଷରୁ ସୋଲୋ ସିଙ୍ଗିଂରେ ପ୍ରଥମ, ସ୍କିଟ୍‌ରେ ଦ୍ୱିତୀୟ, ଥିଏଟରରେ ଦ୍ୱିତୀୟ ଏବଂ ଗ୍ରୁପ୍ ଡ୍ୟାନ୍ସରେ ତୃତୀୟ ସ୍ଥାନ ଅଧିକାର କରାଯାଇଛି।

ସୋଲୋ ସିଙ୍ଗିଂରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବିଦ୍ୟାଳୟର ପ୍ରତିଭାବାନ ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ ଆସନ୍ତା ଜୁଲାଇ ୩୧ରୁ ଅଗଷ୍ଟ ୧, ୨୦୨୬ ପର୍ଯ୍ୟନ୍ତ ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନଂ-୩, ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଥିବା ଆଞ୍ଚଳିକ ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।

ଛାତ୍ରଛାତ୍ରୀଙ୍କ ଏହି ସଫଳତା ପଛରେ ବିଦ୍ୟାଳୟର ସଙ୍ଗୀତ ଶିକ୍ଷକ ଅନୁପ କୁମାର ସିଂହ, ଜ୍ୟୋତିପ୍ରକାଶ ସାହୁ ଓ ସୁମନ କୁମାରୀଙ୍କ ମାର୍ଗଦର୍ଶନ ଏବଂ ପ୍ରୋତ୍ସାହନ ରହିଛି। ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ପ୍ରଚେଷ୍ଟା ଏବଂ ସଫଳ ନେତୃତ୍ୱରେ ବିଦ୍ୟାଳୟ ପ୍ରତ୍ୟେକ କ୍ଷେତ୍ରରେ କ୍ରମାଗତ ଭାବେ ଆଗକୁ ବଢ଼ୁଛି। ଛାତ୍ରଛାତ୍ରୀଙ୍କ ଏହି ଗୌରବବର୍ଦ୍ଧକ ସଫଳତା ପାଇଁ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ମହଲରେ ଆନନ୍ଦର ଲହରୀ ଖେଳିଯାଇଥିବା ବେଳେ ଅଧ୍ୟକ୍ଷ କୃତୀ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri