ପ୍ରଗତି ହାୟର ସେକେଣ୍ଡାରୀ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା, ୫୮୮ ନମ୍ବର ରଖି ଦୀପିକା ନାୟକ ସ୍କୁଲ ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଯାଇଛି । ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ପ୍ରଗତି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅପୂର୍ବ ସଫଳତା ହାସଲ କରିଛି । ସୁଶ୍ରୀ ଦୀପିକା ନାୟକ (୫୮୮) ୯୮% ନମ୍ବର ରଖି ସ୍କୁଲ ଟପ୍ପର ହେବା ସହ ପ୍ରଗତି ଅନୁଷ୍ଠାନ ପାଇଁ ଗୋୖରବ ଆଣିଦେଇଛନ୍ତି ।

ସେହିପରି ଆଦ୍ୟାଶା ଶତପଥୀ(୫୮୭) ୯୭.୮୩%, ପ୍ରତୀକ କୁମାର ବେହେରା (୫୮୩) ୯୭.୧୭%, ଶ୍ରବଣ ସାହୁ (୫୭୮)୯୬.୩୩%, ଦୟାସାଗର ବେହେରା(୫୭୭) ୯୬.୧୭%, ମୁକେଶ ମାଝୀ (୫୭୭) ୯୬.୧୭%, ଓରୋମିତା ସାହୁ (୫୭୬)୯୬%, ରୁପାଲି ସାହୁ(୫୭୪)୯୫.୬୭%,ସମୀକ୍ଷା ପ୍ରଧାନ (୫୭୩)୯୫.୫୦%, ଶୁଭମ ବେହେରା (୫୭୩)୯୫.୫୦%, ତନ୍ମୟ ଗହୀର (୫୭୨)୯୫.୩୩% ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି। ଏହା ସହିତ ୪୧ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଉର୍ଦ୍ଧ୍ଵ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୯୧ ଜଣ ଛାତ୍ରୀଛାତ୍ର ୫୦୦ ମାର୍କ ରୁ ଉର୍ଦ୍ଧ୍ବ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି ।

୮୦ ପ୍ରତିଶତରୁ ଉର୍ଦ୍ଧ୍ଵ ନମ୍ବର ରଖି ୧୧୩ ଜଣ ଛାତ୍ରୀଛାତ୍ର, ପ୍ରଥମ ଶ୍ରେଣୀରେ ୨୮୦ ଜଣ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଥିବା ବେଳେ କଲେଜର ଫଳାଫଳ ଶତ ପ୍ରତିଶତ ରହିଛି । ଚଳିତ ବର୍ଷର ଏହି ଆଶାତୀତ ଫଳାଫଳରେ ସମସ୍ତ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କ ମନରେ ବେଶ ଉତ୍ସାହ ସୃଷ୍ଟି ହେବା ସହିତ ଅଭିଭାବକମାନେ ଅଧ୍ୟାପକ ଓ ଅଧ୍ୟାପିକାମାନଙ୍କୁ ପ୍ରଶଂସା କରିଛନ୍ତି । ଏହି ଫଳାଫଳକୁ ନେଇ କଲେଜର ଚେୟାର ପରସନ ସୁଶ୍ରୀ ସଂଗୀତା ପଣ୍ଡା, ସମ୍ପାଦକ ଅଜୟ କୁମାର ପଣ୍ଡା, ଅଧ୍ୟକ୍ଷ ଶେଷଦେବ ମୁଣ୍ଡ, ପ୍ରଶାସନିକ ଅଧିକାରୀ ପ୍ରଣବ କୁମାର ପଣ୍ଡା, ମୁଖ୍ୟ ଶିକ୍ଷା ସଂଯୋଜକ ଅଞ୍ଜନ କୁମାର ରଣା ମଧ୍ୟ ସମସ୍ତ ଅଧ୍ୟାପକ ଅଧ୍ୟାପିକା ତଥା ଅଭିଭାବକ ଓ ଛାତ୍ରୀଛାତ୍ର ମାନଙ୍କୁ କୃତଜ୍ଞତା ସହ ଧନ୍ୟବାଦ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?