ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି। ଏଥିରେ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଥିବା ଦେଖିବାକୁ ମିଳିଛି l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଦଶମ ଶ୍ରେଣୀରେ ଅଧ୍ୟୟନ ରତ ସମସ୍ତ ୧୬ ଛାତ୍ରୀଛାତ୍ରଙ୍କ ଫଳାଫଳ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି l ସେଥି ମଧ୍ୟରୁ ଗ୍ରେଡ୍‌-ଏ-୧ରେ ସ୍ବର୍ଗତ ଦିଲ୍ଲୀପ କୁମାର ସାହୁ ଓ ଶିକ୍ଷୟିତ୍ରୀ ବବିତା ସାହୁଙ୍କ ପୁତ୍ର ଓମ୍‌ ପ୍ରସାଦ ସାହୁ ୫୫୨ ନମ୍ବର ରଖି ୯୨% ହାସଲ କରିଥିବା ବେଳେ ଶିକ୍ଷକ ରବୀନ୍ଦ୍ର କୁମାର ମଲ୍ଲିକ ଓ ଗୋଲାପ ମଲ୍ଲିକଙ୍କ ଝିଅ ଅଭିପ୍ସା ମଲ୍ଲିକ ୫୪୦ ନମ୍ବର ରଖି ୯୦% ହାସଲ କରିଥିବା ଜଣାପଡ଼ିଛି l ତାଙ୍କର ଏହି ସଫଳତା ପଛରେ ଶିଶୁ ବିଦ୍ୟାମନ୍ଦିରର ଗୁରୁଜୀ, ଗୁରୁମା ତଥା ମାତାପିତାଙ୍କୁ ଶ୍ରେୟ ମଣିଛନ୍ତି l ଏ ନେଇ ଶିଶୁମନ୍ଦିର ତରଫରୁ ସମସ୍ତ କୃତୀ ଛାତ୍ରୀଛାତ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri