ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କୁ ସଫଳତା: ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି

ଭୁବନେଶ୍ୱର, ୨୯।୧: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ । ଆଜି ମୋଟ ୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଫଳରେ ୩୬ଟି ୟୁନିଟରେ ₹୭୭୬୨ କୋଟି ଟଙ୍କାର ପୁଞ୍ଜି ନିବେଶ ସୁରକ୍ଷିତ ହୋଇଛି । ଏହା ଯୋଗୁଁ ରାଜ୍ୟରେ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

“ଦ ଇମରଜିଙ୍ଗ ଡେଷ୍ଟିନେସନ ଫର ଟେକ୍ସଟାଇଲସ୍, ଆପାରେଲସ୍ ଆଣ୍ଡ ହାଣ୍ଡଲୁମସ୍” (ବୟନ, ପୋଷାକ, ଏବଂ ହସ୍ତତନ୍ତ ପାଇଁ ସମ୍ଭାବନାର କ୍ଷେତ୍ର) ଶୀର୍ଷକ ପ୍ରଥମ ଅଧିବେଶନରେ ମାନ୍ୟବର ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ତଥା ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇ କହିଥିଲେ ଉଦ୍ୟୋଗୀଙ୍କୁ ସୁହାଇବା ଭଳି ନୀତି, ଦୃଢ ଭିତ୍ତିଭୂମି, ଆବଶ୍ୟକୀୟ କଞ୍ଚାମାଲ, ଦକ୍ଷତାସମ୍ପନ୍ନ ମାନବ ସମ୍ବଳ, ସୁଦକ୍ଷ ବୁଣାକାର ଓ ଡବଲ ଇଂଜିନ୍ ସରକାର ଆମର ଶକ୍ତି । ତେଣୁ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ଆମ ରାଜ୍ୟରେ ବିପୁଳ ସୁଯୋଗ ରହିଛି ।

ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଓଡ଼ିଶାରେ ଥିବା ବ୍ୟାପକ ସୁଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ । ୮ଟି ଜିଆଇ ଟ୍ୟାଗ୍‍ ମାନ୍ୟତାପ୍ରାପ୍ତ ହସ୍ତତନ୍ତ ବସ୍ତ୍ର ଓଡ଼ିଶାର ଗରିମାମୟ ହସ୍ତତନ୍ତ ପରମ୍ପରାର ନିଦର୍ଶନ ବୋଲି କହିଥିଲେ । ଅଧିକ ପୁଞ୍ଜି ନିବେଶ ହେଲେ ଭିତ୍ତିଭୂମି, ବଜାର ଏବଂ ଦକ୍ଷତା ବିକାଶରେ ବୃଦ୍ଧି ହେବା ସହ ବୁଣାକାର ଏବଂ କାରିଗରମାନଙ୍କ ଆର୍ଥିକ ସଶକ୍ତିକରଣରେ ସହାୟକ ହେବ ବୋଲି ମତ ବ୍ୟକ୍ତ କରିଥିଲେ ।

ଏହି ଅବସରରେ ଶ୍ରୀ ମା’ ଟେକ୍ସଟାଇଲ୍ସ, ମା ବନଦୁର୍ଗା ଟେକ୍ସଟାଇଲ୍ସ ପ୍ରାଇଭେଟ୍ ଲିମିଟେଡ୍, ପ୍ରତିମା ଆଗ୍ରୋ ସ୍ପିନିଂ ମିଲ୍ସ, ତିଳୋତ୍ତମା ପ୍ରୋପ୍ରାଇଟର୍ସ, ଅରୁନ୍ଧତୀ ବାନ୍ଧକଳା, ଅନୁଭବ ନିଟ୍ୱେୟାର, ସେଡ୍ରା ଫିଲ୍ଟ୍ରେସନ୍ ଭଳି ପ୍ରମୁଖ ଶିଳ୍ପ ସହିତ ୬ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ଯାହା ଭବିଷ୍ୟତର ପ୍ରଗତି ଏବଂ ବିକାଶ ପାଇଁ ପଥ ପ୍ରସ୍ତୁତ କରିବ । ଉଲ୍ଲେଖଯୋଗ୍ୟ ଯେ, ଏହି ଅବସରରେ GI ପରର ପଦକ୍ଷେପ ଏବଂ ରେଶମ ଚାଷ କ୍ଷେତ୍ରରେ ମୋଡାଲ୍ ଇକୋ-ରେସ୍ ସଂରକ୍ଷଣ ଉପରେ ଟେକ୍ସଟାଇଲ୍ସ କମିଟି/SIDBI ଏବଂ କେନ୍ଦ୍ରୀୟ ରେଶମ ବୋର୍ଡ଼ ସହ ୨ ଟି ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଥିଲା ।

ଅପାର ସମ୍ଭାବନାର କ୍ଷେତ୍ର ପାଲଟିଥିବା ବୟନ, ପୋଷାକ, ହସ୍ତତନ୍ତ ଏବଂ ରେଶମ ଚାଷରେ ବିପୁଳ ପୁଞ୍ଜି ନିବେଶ ପାଇଁ ପ୍ରମୁଖ ଶିଳ୍ପପତି, ଉଦ୍ୟୋଗପତି ଓ ଅଂଶୀଦାରମାନଙ୍କୁ ମଞ୍ଚାସୀନ ଅତିଥିମାନେ ଆହ୍ୱାନ ଦେଇଥିଲେ । ମେସର୍ସ ସାହି ଏକ୍ସପୋର୍ଟସ୍ ପ୍ରାଇଭେଟ୍ ଲିମିଟେଡ୍, ମେସର୍ସ ସାହାନା ଗ୍ରୁପ୍ସ, ଟ୍ରାଇମେଟ୍ରୋ (EPIC ଗ୍ରୁପ୍), ୱେଲସ୍ପୁନ୍ ୱାର୍ଲ୍ଡ ଲିମିଟେଡ୍ ଇଣ୍ଡୋରାମା ସିନ୍ଥେଟିକ୍ସ, MAS ହୋଲ୍ଡିଂସ୍ ଭଳି ପ୍ରତିଷ୍ଠିତ ପୋଷାକ ଶିଳ୍ପସଂସ୍ଥାମାନେ ଏହି ଅଧିବେଶନରେ ଅଂଶଗ୍ରହଣ କରିଥିଲେ ।

Karuna Silk and Technical Textiles – Odisha’s Tryst with Ethics and Sectoral Utilities (କରୁଣା ସିଲ୍କ ଏବଂ ବୈଷୟିକ ବୟନଶିଳ୍ପ : ନୈତିକତା ଓ କ୍ଷେତ୍ରୀୟ ଉପଯୋଗିତାକୁ ନେଇ ଓଡ଼ିଶାର ପ୍ରୟାସ) ଶୀର୍ଷକ ଅଧିବେଶନରେ ବୟନ ମନ୍ତ୍ରାଳୟର ଉପ-ମହାନିର୍ଦ୍ଦେଶକ ଅଖିଳେଶ କୁମାର; ଶ୍ରୀଲଙ୍କା ଏମଏଏସ୍ ହୋଲ୍ଡିଂସ୍ ର ସିଇଓ ମଲିକ ଅହମଦୀନ; ଟ୍ରିମେଟ୍ରୋ (EPIC ଗ୍ରୁପ୍)ର ସିଇଓ ଶ୍ରୀ ସୁରଜ କାଲରା; ଇଣ୍ଡୋରାମା ସିନ୍ଥେଟିକ୍ସର ପରାମର୍ଶଦାତା ଶ୍ରୀ ଆର କେ ଭିଜ; ୱେଲସ୍ପୁନ୍ ୱାର୍ଲ୍ଡ ଲିମିଟେଡ୍ ର ନିର୍ଦ୍ଦେଶକ ଏବଂ ସିଇଓ ଉପଦୀପ ସିଂହ ଚତ୍ରଥ, ସାହି ଏକ୍ସପୋର୍ଟସ୍ ର ପରାମର୍ଶଦାତା (ବାଣିଜ୍ୟ) ଆରପି ଗୋଏଲ, ଅରୁନ୍ଧତୀ ଗ୍ରୁପ୍ ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର, ମୁକେଶ କୁମାର ନାୟକ, ପରିଚାଳନା ନିର୍ଦ୍ଦେଶକ, ସେଡ୍ରା ଫିଲ୍ଟ୍ରେସନ୍ସ, ଭୁବନେଶ୍ୱର; ଧନଞ୍ଜୟ ସାହୁ, ସିଜିଏମ୍-ପେଟ୍ରୋକେମିକାଲ୍ସ, ଆଇଓସିଏଲ୍, ନୂଆଦିଲ୍ଲୀ; ପି. ଶିବକୁମାର, ସଦସ୍ୟ ସଚିବ, କେନ୍ଦ୍ରୀୟ ରେଶମ ବୋର୍ଡ, ବେଙ୍ଗାଲୁରୁ; ଡି. ଏସ. କାସାରେ, ନିର୍ଦ୍ଦେଶକ, କାସାରେ ବନ୍ ସିଲ୍କ ମିଲ୍ ପ୍ରାଇଭେଟ୍ ଲିମିଟେଡ୍, ରାୟପୁର; ଡକ୍ଟର କାର୍ତ୍ତିକ ନେଓଗ୍, ନିର୍ଦ୍ଦେଶକ, କେନ୍ଦ୍ରୀୟ ମୁଗା ଓ ଏରି ରେଶମ ଗବେଷଣା କେନ୍ଦ୍ର, ଆସାମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?