ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର ପଶ୍ଚିମ ଓଡିଶା ପାଇଁ ଗୈାରବ ଆଣିଛନ୍ତି।

ଅନୁଷ୍ଠାନର ଛାତ୍ରୀ ଏନ୍‌. ଝାନ୍ସିରାଣୀ ୮.୯୭ ସିଜିପିଏ ହାସଲ କରି ବିଶ୍ୱବିଦ୍ୟାଳୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣପଦକ ଅର୍ଜନ କରିଛନ୍ତି । ସେ ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସୋଢଖପାଲି ଗ୍ରାମର ଏନ. ବାପିରାଜୁ ଏବଂ ଏନ. ଜ୍ୟୋତିଙ୍କ କନ୍ୟା। ଏହା ସହିତ ଅନୁଷ୍ଠାନର ଅନ୍ୟ ଛାତ୍ରୀଛାତ୍ରମାନେ ମଧ୍ୟ ବିଶ୍ୱବିଦ୍ୟାଳୟସ୍ତରରେ ଉଚ୍ଚ ର଼୍ୟାଙ୍କ ହାସଲ କରିଛନ୍ତି ।

ଅନୁଷ୍ଠାନର ଅନିଶା ଗୁପ୍ତା ଚତୁର୍ଥ ସ୍ଥାନ, ସିମ୍ରନ ଗୁପ୍ତା ପଞ୍ଚମ ସ୍ଥାନ, ପଲ୍ଲବି ଶର୍ମା ଏବଂ ରୋହିତ ଶର୍ମା ସପ୍ତମ ସ୍ଥାନ, ଶୃତି ଅଗ୍ରୱାଲ ଅଷ୍ଟମ ସ୍ଥାନ ଏବଂ ପ୍ରାଚି ପଣ୍ଡା ଦଶମ ସ୍ଥାନ ଅଧିକାର କରି ଅନୁଷ୍ଠାନର ଗୌରବ ବୃଦ୍ଧି କରିଛନ୍ତି ।

ଏକାଧିକ ଛାତ୍ରୀଛାତ୍ରଙ୍କ ଏହି ଅସାଧାରଣ ସଫଳତା ବିକାଶ ସ୍କୁଲ ଅଫବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଗୁଣାତ୍ମକ ଶିକ୍ଷା, ନିୟମିତ ମାର୍ଗଦର୍ଶନ ଏବଂ ଛାତ୍ରୀଛାତ୍ରଙ୍କ ପରିଶ୍ରମର ପ୍ରତିଫଳନ ବୋଲି ମତପ୍ରକାଶ ପାଇଛି । ଏହି ଉଲ୍ଲେଖନୀୟ କୃତିତ୍ୱ ପାଇଁ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ସର ଚେୟାର୍ମେନ ଡି. ନାଗେଶ୍ୱର ରାଓ, ଅଧ୍ୟକ୍ଷ ଡଃ କ୍ଷୀରୋଦ କୁମାର ପ୍ରଧାନ, ଉପାଧ୍ୟକ୍ଷ ଦୀପକ କୁମାର ନାୟକ, ବିଭାଗୀୟ ମୁଖ୍ୟ ଶୁଭମ କୁମାର ଦାଶ, ଏକାଡେମିକ କୋଅର୍ଡିନେଟର ସୌମ୍ୟା ପ୍ରିୟଦର୍ଶିନୀ ମିଶ୍ର, ବିଭାଗୀୟ ଅଧ୍ୟାପକ ସୁଦେଶ ବିନାୟକ ଏବଂ ବିଭିନ୍ନ ବିଭାଗର ଅଧ୍ୟାପିକା, ଅଧ୍ୟାପକ ସମସ୍ତ ସଫଳ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସଫଳତା ଆଗାମୀ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରେରଣାର ଉତ୍ସ ହେବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri