Posted inଖେଳ

ଅଶ୍ୱିନ୍‌ଙ୍କୁ ସଫଳତା: ଲଞ୍ଚ୍‌ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ସ୍କୋର ୯୪/୩

ନୂଆଦିଲ୍ଲୀ,୧୭।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଦିଲ୍ଲୀରେ ଖେଳାଯାଉଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପ୍ରଥମ ଦିନର ଲଞ୍ଚ ପର୍ଯ୍ୟନ୍ତ ୩ ଉଇକେଟ୍‌ ହରାଇ ୯୪ ରନ ସଂଗ୍ରହ କରିଛି। ଏହି ମ୍ୟାଚ୍‌ରେ କଙ୍ଗାରୁ ଦଳ ଏକ ଭଲ ଆରମ୍ଭ କରି ପ୍ରଥମ ଉଇକେଟ ପାଇଁ ୫୦ ରନ ଯୋଡିଥିଲା। ଡେଭିଡ୍‌ ଓ୍ବାର୍ନର ୧୫ ରନ୍‌ରରେ ଆଉଟ୍‌ ହୋଇଥିଲେ। ତେବେ ଲଞ୍ଚ୍‌ର ଠିକ ପୂର୍ବରୁ ଅଶ୍ୱିନ ମାର୍ନସ ଲାବୁସାନେ ଏବଂ ଷ୍ଟିଭ ସ୍ମିଥଙ୍କୁ ଗୋଟିଏ ଓଭରରେ ଆଉଟ୍‌ କରିଥିଲେ। ଉସମାନ ଖାୱାଜା ଭଲ ବ୍ୟାଟିଂ କରି ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଏବେ ୫୦ ରନ୍‌ରେ ଖେଳୁଛନ୍ତି। ଏଥି ସହିତ ଟ୍ରାଭିସ ହେଡ ତାଙ୍କୁ ସମର୍ଥନ କରୁଛନ୍ତି। ଅଶ୍ୱିନ ଦୁଇଟି ଉଇକେଟ ନେଇଛନ୍ତି ଏବଂ ମହମ୍ମଦ ଶାମି ଗୋଟିଏ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri