Categories: ଜାତୀୟ

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୮।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦ ବିରୋଧି ଅଭିଯାନ ଅପରେଶନ୍‌ ଅଲ୍‌ ଆଉଟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେମାନଙ୍କ ପାଖରୁ ଗୋଳାବାରୁଦ ଏବଂ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଗୋଇନ୍ଦା ରିପୋର୍ଟ ଆଧାରରେ ଏଠାରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଲୁଚି ରହିଥିବା ଆତଙ୍କବାଦୀଙ୍କ ସନ୍ଧାନରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତ୍ମସମର୍ପଣ ଲାଗି ଆତଙ୍କବାଦୀଙ୍କୁ ସତର୍କ ସୂଚନା ଜାରି କରାଯାଇଥିଲା।

ତେବେ ସେମାନେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଲୁଚି ରହିଥିବା ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନ ଜାରି ରହିଛି।

Share