Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା, ନ୍ୟୁଜ୍‌ ପୋର୍ଟାଲ ଆତଙ୍କବାଦୀ ନିହତ…

ଶ୍ରୀନଗର, ୩୦।୩ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶ୍ରୀନଗର ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛି। ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ କରାଯାଇଛି। କିଛି ଆପତ୍ତିଜନକ ପଦାର୍ଥ ମଧ୍ୟ ମିଳିଥିବା ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ କୁହାଯାଇଛି।

ବୁଧବାର ଶ୍ରୀନଗର ସହରର ରୈନାୱାଡ଼ି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ହୋଇଥିବା ଦୁଇ ଜଣ ଲଶ୍ମର-ଇ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି ଜମ୍ମୁ-କଶ୍ମୀର ପୋଲିସ କହିଛି। କଶ୍ମୀର ଜୋନର ପୋଲିସ ଆଇଜି ବିଜୟ କୁମାର କହିଛନ୍ତି ଯେ ହତ୍ୟା କରାଯାଇଥିବା ଉଭୟ ଆତଙ୍କବାଦୀ ସ୍ଥାନୀୟ ବାସିନ୍ଦା।

ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଅନନ୍ତନାଗରେ ଏକ ଅନଲାଇନ ନ୍ୟୁଜ ପୋର୍ଟାଲ ‘ଭ୍ୟାଲି ନ୍ୟୁଜ ସର୍ଭିସ’ ଚଳାଉଥିବା ପୂର୍ବତନ ଗଣମାଧ୍ୟମ ପ୍ରତିନିଧି ରାଇସ ଅହମ୍ମଦ ଭଟ ବୋଲି ଜଣାପଡିଛି। ତାଙ୍କଠାରୁ ଏକ ପ୍ରେସ କାର୍ଡ ମିଳିଛି । କାର୍ଡ ଅନୁଯାୟୀ ନିହତ ଆତଙ୍କବାଦୀ ରାଇସ ଅହମ୍ମଦ ଭଟ ନ୍ୟୁଜ ଏଜେନ୍ସି ଭ୍ୟାଲି ନ୍ୟୁଜ ସର୍ଭିସର ମୁଖ୍ୟ ସମ୍ପାଦକ ଥିଲେ। ଜାଣିବାକୁ ମିଳିଛି ଯେ ଭଟ ଗତ ବର୍ଷ ଅଗଷ୍ଟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିଲେ। ଜମ୍ମୁ-କଶ୍ମୀର ପୋଲିସର ଆତଙ୍କବାଦୀଙ୍କ ତାଲିକାରେ ଭଟଙ୍କୁ ’ସି’ ବର୍ଗରେ ଅନ୍ତର୍ଭୁକ୍ତ କରାଯାଇଥିଲା। ପୋଲିସର ସୂଚନାନୁସାରେ, ତାଙ୍କ ବିରୋଧରେ ଦୁଇଟି ମାମଲା ରୁଜୁ ହୋଇସାରିଛି।

କଶ୍ମୀରର ଆଇଜିପି ବିଜୟ କୁମାର କହିଛନ୍ତି ଯେ ପୂର୍ବତନ ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ପୃକ୍ତି ଗଣମାଧ୍ୟମର ଅପବ୍ୟବହାରର ଏକ ସ୍ପଷ୍ଟ ମାମଲା। ଏହି ଏନକାଉଣ୍ଟରରେ ନିହତ ହୋଇଥିବା ଦ୍ୱିତୀୟ ଆତଙ୍କବାଦୀ ବିଜବହାରର ବାସିନ୍ଦା ହିଲାଲ ଅହମ୍ମଦ ରହମ ବୋଲି ଜଣାପଡିଛି। ହିଲାଲ ମଧ୍ୟ ଜଣେ ‘ସି’ ବର୍ଗର ଆତଙ୍କବାଦୀ ଥିଲେ ବୋଲି ଆଇଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?