ଇଞ୍ଜିନିୟରରୁ ସଫଳ ଚାଷୀ

ବିରିଡି,୨୨।୧(ଡି.ଏନ୍‌.ଏ.): ଇଞ୍ଜିନିୟରରୁ ସଫଳ ଚାଷୀ ପାଲଟିଛନ୍ତି ଚିନ୍ମୟ ଦାଶ। ଅଣ ପାରମ୍ପରିକ ଚାଷକରି ସେ ଯୁବପିଢିଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ବିରିଡି ବ୍ଲକ ୨୨ ମୌଜାର ଚାଷିଖଣ୍ଡ ଗ୍ରାମରେ ତାଙ୍କ ଘର। ପିତା ଚିତ୍ତରଞ୍ଜନ ଦାଶ ଜଣେ ଅବସରପ୍ରାପ୍ତ ଶିକ୍ଷକ। ଚିନ୍ମୟ ହାଇଦ୍ରାବାଦସ୍ଥିତ ଏକ ଅନୁଷ୍ଠାନରୁ ୨୦୦୦ ମସିହାରେ ଇଞ୍ଜିନିୟରିଂ ଡିଗ୍ରି ହାସଲ କରିବା ପରେ ସେଠାକାର ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ମାତ୍ର ଚାକରିରେ ମନ ନ ଲାଗିବାରୁ ସେ ଘରକୁ ଫେରି ଆସିଥିଲେ। କରୋନା ସମୟରେ ସେ ବଗିଚାରେ ଚାଷ କରିବାକୁ ମନ ବଳାଇଲେ। ଏବେ ବଗିଚାରେ ପୋଖରୀ ଖୋଳି ମାଛ ଚାଷ କରିବା ସହ ଆମ୍ବ, କଦଳୀ, ଲେମ୍ବୁ, ସପୁରି, ନଡ଼ିଆ, ଷ୍ଟ୍ରବେରି ଓ ନାଲି ହଳଦୀ ରଙ୍ଗର କ୍ୟାପସିକମ୍‌ ଆଦି ଚାଷ କରି ଭଲ ରୋଜଗାର କରୁଛନ୍ତି। ଘର ଛାତ ଉପରେ ୧୦୦ଟି ଲେଖାଏ କୁଣ୍ଡରେ କରିଥିବା ଷ୍ଟ୍ରବେରି ଓ କ୍ୟାପ୍‌ସିକମ୍‌ ଚାଷକୁ ଦେଖିବାକୁ ବିଭିନ୍ନ ଅଞ୍ଚଳରୁ ଲୋକେ ଆସୁଛନ୍ତି। ବ୍ଲକ ସହକାରୀ କୃଷି ଅଧିକାରୀ ପ୍ରଦୀପ୍ତ ବେହେରା ଓ ତାଙ୍କ ସହକର୍ମୀମାନେ ତାଙ୍କ କ୍ଷେତ୍ର ପରିଦର୍ଶନ କରି ଚିନ୍ମୟଙ୍କୁ ପ୍ରଶଂସା କରିବାସହ ଅଧିକ ବୈଷୟିକ ଜ୍ଞାନ ମଧ୍ୟ ଦେଇଛନ୍ତି। ଯୁବପିଢ଼ି ଚାଷ ପ୍ରତି ଆକୃଷ୍ଟ ହେଲେ ସ୍ବପ୍ନ ପୂରଣ ହେବ ବୋଲି ଚିନ୍ମୟ କୁହନ୍ତି। ଚାଷକୁ ଅଧିକ ପ୍ରୋତ୍ସାହନ ଦେବା ପାଇଁ ଜ୍ଞାନ କୌଶଳ ଓ ମାର୍କେଟିଂ ବ୍ୟବସ୍ଥା କରିବାକୁ ସେ ସରକାରଙ୍କୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ସହକାରୀ କୃଷି ଅଧିକାରୀ ବେହେରା କୁହନ୍ତି, ଚିନ୍ମୟ ନିଜ ଉଦ୍ୟମରେ ଅଣପାରମ୍ପରିକ ଚାଷ କରି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri