ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):  ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନାଏକ (୬୫)। ଏବେ ବିଭିନ୍ନ ପ୍ରକାର ଆମ୍ବଚାଷ କରି ସେ ଚର୍ଚ୍ଚାକୁ ଆସିଛନ୍ତି। ଶିକ୍ଷକତା ସମୟରେ ୨୦୦୦ ମସିହାରେ ସେ ନିଜ ଗ୍ରାମର ୫ ଏକର ଜାଗାରେ ଆମ୍ବ ବଗିଚା କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ପରେ ଉକ୍ତ ବର୍ଷ ସେହି ସ୍ଥାନରେ ସେ ଆମ୍ବ ଚାଷ ଆରମ୍ଭ କରିଥିଲେ। ଏପଟେ ଗଛର ଯତ୍ନ ନେଉଥିବାବେଳେ ଅନ୍ୟପଟେ ସ୍କୁଲ ଯାଇ ଛାତ୍ରୀଛାତ୍ରଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରୁଥିଲେ। ୨୦୧୭ ମସିହାରେ ସେ ଶିକ୍ଷକତା ଜୀବନରୁ ଅବସର ନେଇଥିଲେ। ଏହା ପରେ ସେ ଚାଷ କାମରେ ଲାଗିରହିଲେ। ଆଗରୁ ଯେମିତି ଚାଷ କାମରେ ସମୟ ଦେଉଥିଲେ ଏବେ ମଧ୍ୟ ଚାଷ ତାଙ୍କର ଏକ ମୁଖ୍ୟ କାର୍ଯ୍ୟ ପାଲଟିଛି। ବର୍ତ୍ତମାନ ସେ ୫ ଏକର ଜାଗାରେ ୬୦୦ ଆମ୍ବ ଗଛ ଲଗାଇ ଅଧିକ ରୋଜଗାର କରୁଥିବା କହିଛନ୍ତି। ଏବେ ତାଙ୍କ ବଗିଚାରେ ୧୬ କିସମର ଆମ୍ବ ଗଛ ରହିଛି। ସେଥିମଧ୍ୟରେ ହେମ ସାଗର, ଲେଙ୍ଗଡା, ବମ୍ବେଗ୍ରିନ, କଳାପାହାଡ଼, ସିନ୍ଧୁ, କାବେରୀ, ଚଉସା, ଆମ୍ବରପୁଲି, ଚେରଗୁରେସମ, ବାଇଗଣ ପଲି, ମିଳକ ଓ ରତ୍ନା ଆଦି ପ୍ରଜାତି ଅନ୍ୟତମ। ଆମ୍ବଗଛ ରକ୍ଷଣାବେକ୍ଷଣ ପାଇଁ ପ୍ରତିଦିନ ୬ ଜଣ ଶ୍ରମିକ ନିୟୋଜିତ ହୋଇଥାନ୍ତି। ଏବେ ପ୍ରତ୍ୟେକ ଗଛରେ ଭରପୂର ଆମ୍ବ ଫଳିଛି। ଆଉ ମାସେ ପରେ ଏହା ଅମଳକ୍ଷମ ହେବ। ଅମଳ ଆମ୍ବକୁ ବମ୍ବେ, ରାୟପୁର, ଭିଲାଇ, ବିହାର ଓ ଦିଲ୍ଲୀକୁ ପଠାଯିବ ବୋଲି ସେ ପ୍ରକାଶ କରିଛନ୍ତି। ପ୍ରତିବର୍ଷ ସେ ଏହି ଆମ୍ବ ବିକ୍ରିକରି ପ୍ରାୟ ୫ରୁ ୬ ଲକ୍ଷ ଟଙ୍କା ଆୟ କରୁଥିବା କହିଛନ୍ତି । ଅଞ୍ଚଳରେ ଜଣେ ସଫଳ ଆମ୍ବ ଚାଷୀ ଭାବରେ ସେ ବେଶ ପରିଚିତ। ଆମ୍ବ ସହ ସପୁରୀ ପଣସ, ଜାମ ଓ କଦଳୀ ଚାଷ ମଧ୍ୟ କରିଥାନ୍ତି। ୨୦୦୩ ମସିହାରେ ଶ୍ରେଷ୍ଠ କୃଷକ (ଉଦ୍ୟାନ) ଭାବରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି ପ୍ରକାଶ। ଏପରି କି ଆଗୁଆ ଚାଷୀ ଭାବରେ ମଧ୍ୟ ୧୯୭୫ ମସିହାରେ ସେ ପୁରସ୍କୃତ ହୋଇସାରିଛନ୍ତି। ଉଦ୍ୟାନ ବିଭାଗ ପକ୍ଷରୁ ତାଙ୍କୁ ସରକାରୀ ସହାୟତା ଯୋଗାଇଦେଲେ ସେ ଆହୁରି ଉନ୍ନତ କିସମର ଆମ୍ବ ଚାଷ କରି ଅଧିକ ଲୋକଙ୍କୁ ରୋଜଗାର ଦେଇପାରନ୍ତେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?