ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଆର୍ଥିକ ସାକ୍ଷରତା ଓ ଡିଜିଟାଲ ପେମେଣ୍ଟ ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଏସ୍‌ଏଲ୍‌ବିସି ବୈଠକ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ସେହିଭଳି ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏସ୍‌ଏଲ୍‌ବିସି ଓଡ଼ିଶାର ଅଧ୍ୟକ୍ଷ ବିଜୟ କୁମାର ନିବୃତି କାମ୍ବଲେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ବାଗତ କରିବା ସହ ବାର୍ଷିକ ଋଣ ଯୋଜନା, ସିଡି ଅନୁପାତ, ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଏବଂ ସାମାଜିକ ସୁରକ୍ଷା ଯୋଜନାର ସଫଳତା ରୂପାୟନ ଉପରେ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅପରପକ୍ଷରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱରର ଆଞ୍ଚଳିକ ନିର୍ଦ୍ଦେଶକ ଡ. ସାରଦା ପ୍ରସନ୍ନ ମହାନ୍ତି ରିଜର୍ଭ ବ୍ୟାଙ୍କର ନୀତି, ପ୍ରାଥମିକତା କ୍ଷେତ୍ର ଲକ୍ଷ୍ୟ ଏବଂ ରାଜ୍ୟର ସିଡି ଅନୁପାତରେ ଉନ୍ନତି ଉପରେ ଆଲୋକପାତ କରିଥିଲେ। ଏପରିକି ସ୍କୁଲ ଓ କଲେଜ ସ୍ତରରେ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଓ ଆର୍ଥିକ ସାକ୍ଷରତା ଅଭିଯାନ ସମ୍ପର୍କରେ ମଧ୍ୟ ସେ ବିସ୍ତୃତ ଭାବେ ସୂଚନା ଦେଇଥିଲେ। ସେହିପରି ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓଡ଼ିଶା ରାଜ୍ୟର ଭିଜନ ୨୦୩୬ ଓ ୨୦୪୭ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଡିଜିଟାଲ ସାକ୍ଷରତା ଏବଂ ଡିଜିଟାଲ ମୁଦ୍ରାର ଗୁରୁତ୍ୱ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ। ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ନାବାର୍ଡର ସିଜିଏମ୍‌ ଡ. ସୁଧାଂଶୁ କେ.କେ.ମିଶ୍ର ଏବଂ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଏସିପି, ଫସଲ ଋଣ, କୃଷି ମିଆଦୀ ଋଣ, କେସିସି ସାଚୁରେସନ ଏବଂ ସରକାରଙ୍କ ପ୍ରାୟୋଜିତ ଯୋଜନାର ବିଭିନ୍ନ ଦିଗ ଉପରେ ନିଜର ମତାମତ ରଖିଥିଲେ। ଏହି ପରିପ୍ରେକ୍ଷୀରେ କୃଷି ନିର୍ଦ୍ଦେଶକ ଓ ଶିଳ୍ପ ନିର୍ଦ୍ଦେଶକମାନେ ମଧ୍ୟ ନିଜ ନିଜ ବିଭାଗ ଉପରେ ମତ ରଖିଥିଲେ। ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି ଓଡ଼ିଶାର ଆବାହକ ଗୌତମ ପାତ୍ର ୨୦୨୩-୨୪ ଆର୍ଥିକ ବର୍ଷ ଏବଂ ୨୦୨୪ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସିକ ପାଇଁ ସମସ୍ତ ବ୍ୟାଙ୍କର ପ୍ରଦର୍ଶନ ସମ୍ପର୍କରେ ଆଲୋଚନା କରିଥିଲେ। ପରିଶେଷର ସିଜିଟିଏମ୍‌ଏସ୍‌ଇ, ସରସେଇ, ରାଜ୍ୟସ୍ତରୀୟ ବୀମା କମିଟି ଏବଂ ସରକାରୀ ବିଭାଗର ପ୍ରତିନିଧିମାନେ ନିଜ ନିଜ ସେବା କ୍ଷେତ୍ର ଉପରେ ନିଜର ମତବ୍ୟକ୍ତ କରିଥିଲେ। ଏହି ଅବସରରେ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି ଓଡ଼ିଶା ପ୍ରଭାରୀ ଲିଙ୍ଗରାଜ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri