ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ, ଏକ “ସଫଳ ଭାରତ” ବିଶ୍ୱକୁ ଅଧିକ ସ୍ଥିର, ସମୃଦ୍ଧ ଏବଂ ସୁରକ୍ଷିତ କରିଥାଏ। ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ଐତିହାସିକ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହେବା ପୂର୍ବରୁ ତାଙ୍କର ଏହି ମନ୍ତବ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ।

ଭନ୍ ଡେର ଲେୟେନ୍ ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଭାରତର ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ ସୋସିଆଲ ମାଧ୍ୟମରେ କହିଛନ୍ତି ଯେ, ଭାରତର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବା ତାଙ୍କ ପାଇଁ ଏକ ଜୀବନବ୍ୟାପୀ ସମ୍ମାନ।

ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଶିଖର ସମ୍ମିଳନୀରେ ଏହି ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସମ୍ପର୍କରେ ଘୋଷଣା ହୋଇପାରେ। ଏହି ଚୁକ୍ତି ଦ୍ୱାରା ୨୦୦ କୋଟି ଜନସଂଖ୍ୟା ବିଶିଷ୍ଟ ଏକ ବିଶାଳ ବଜାର ସୃଷ୍ଟି ହେବ, ଯାହା ବିଶ୍ୱ ଜିଡିପିର ପ୍ରାୟ ଏକ ଚତୁର୍ଥାଂଶ।

ୟୁରୋପୀୟ ସଂଘ ହେଉଛି ଭାରତର ସବୁଠାରୁ ବଡ଼ ବାଣିଜ୍ୟିକ ସହଭାଗୀ। ୨୦୨୩-୨୪ ଆର୍ଥିକ ବର୍ଷରେ ଉଭୟଙ୍କ ମଧ୍ୟରେ ପ୍ରାୟ ୧୩୫ ବିଲିୟନ ଡଲାରର ବାଣିଜ୍ୟ ହୋଇଥିଲା। ଏହି ଚୁକ୍ତି ଅନୁଯାୟୀ, ଭାରତ ୟୁରୋପରୁ ଆମଦାନୀ ହେଉଥିବା ବିଳାସପୂର୍ଣ୍ଣ କାର୍ ଉପରେ ଶୁଳ୍କ କୋହଳ କରିବାକୁ ଯୋଜନା କରୁଛି। ବର୍ତ୍ତମାନ କାର୍ ଉପରେ ଥିବା ୧୧୦% ଶୁଳ୍କକୁ ୪୦% କୁ ହ୍ରାସ କରାଯିବ।

ପରବର୍ତ୍ତୀ ସମୟରେ ଏହାକୁ ୧୦% ପର୍ଯ୍ୟନ୍ତ କମାଯିବାର ସମ୍ଭାବନା ରହିଛି। ଯାହାଦ୍ୱାରା ମର୍ସିଡିଜ୍-ବେଞ୍ଜ୍, BMW ଏବଂ ଭୋକ୍ସୱାଗନ ଭଳି ଗାଡ଼ି ଭାରତୀୟ ବଜାରରେ ଶସ୍ତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri