ସଫଳ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୫ା୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆମ୍ରି ହସ୍ପିଟାଲରେ ନିକଟରେ ଆଉ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ ଶେଷହୋଇଛି। ଏପରିକି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମ୍ରି ହସ୍ପିଟାଲ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ବିଶେଷକରି ଓଡ଼ିଶାରେ ପ୍ରଥମକରି ରୋବୋଟିକ୍‌ ମେଶିନ ଜରିଆରେ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଛି। ଭୁବନେଶ୍ୱରର ଆମ୍ରି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ୨ଜଣ ବୟସ୍କ ମହିଳା ଏବଂ ଜଣେ ପୁରୁଷଙ୍କର ରୋବୋଟିକ୍‌ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଥିଲା। ହସ୍ପିଟାଲର ଅସ୍ଥିଶଲ୍ୟ ବିଶେଷଜ୍ଞ ଡା. ସୁନୀଲ ଦାଶଙ୍କ ନେତୃତ୍ୱରେ ଉକ୍ତ ଅସ୍ତ୍ରୋପଚାର କରାଯାଇଥିଲା। ଏଥିରେ ଏକ ୩ ଜଣିଆ ଡାକ୍ତରୀ ଟିମ୍‌ ଡା. ଦାଶଙ୍କୁ ଆବଶ୍ୟକ ସହଯୋଗ କରିଥିଲେ। ଏପରିକି ଅସ୍ତ୍ରୋପଚାର ପରେ ସମସ୍ତ ୩ ରୋଗୀ ସୁସ୍ଥ ଅନୁଭବ କରିବା ସହ ଚଲାବୁଲା କରିଛନ୍ତି। ସମ୍ପର୍କରେ ଡା. ଦାଶ କହିଛନ୍ତି, ଓଡ଼ିଶାରେ ପ୍ରଥମକରି ଆମ୍ରି ହସ୍ପିଟାଲରେ ଆମେ ରୋବୋଟିକ୍‌୍‌ ସାହାଯ୍ୟରେ ଆଣ୍ଠୁ ପ୍ରତିରୋପଣ ସଫଳତାର ସହ ଆରମ୍ଭ କରିଛୁ। ମୋର ଆଶା ଯେତେ ଜଟିଳ ଆଣ୍ଠୁ ସମସ୍ୟାଜନିତ ରୋଗ ରହିଥିଲେ ମଧ୍ୟ ତାହା ରୋବୋଟିକ୍‌ ମେଶିନ ଦ୍ୱାରା ସହଜରେ ନିରାକରଣ କରିହେବ। ଆଣ୍ଠୁଜନିତ ବିଭିନ୍ନ ସମସ୍ୟାରେ ପ୍ରଭାବିତ ହେଉଥିବା ରୋଗୀମାନଙ୍କୁ ରୋବୋଟିକ୍‌ ମେଶିନ ଅତି ସହଜରେ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର କରିପାରିବ। ଏପରିକି ଅତ୍ୟାଧୁନିକ ପ୍ରଣାଳୀରେ ନିର୍ମିତ ଏହି ମେଶିନରେ ବାହୁ ଓ ହ୍ୟାଣ୍ଡ ରହିଛି, ଯାହା ନଷ୍ଟ ହୋଇଯାଇଥିବା ଟିସ୍ୟୁକୁ ଅତି ସହଜରେ ବାହାର କରି କୃତ୍ରିମ ଖଞ୍ଜା ସହିତ ଯୋଡ଼ିଥାନ୍ତି। ରୋଗୀ କମ୍‌ ଯନ୍ତ୍ରଣା ଅନୁଭବ କରନ୍ତି ଓ କ୍ଷତ ଶୀଘ୍ର ଶୁଖିବା ସହିତ କମ୍‌ ଦିନରେ ଚଳପ୍ରଚଳ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri