Posted inଜାତୀୟ

ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ…

ଶ୍ରୀହରିକୋଟା,୨୬।୧୧ : ସମୁଦ୍ରର ବୈଜ୍ଞାନିକ ଅଧ୍ୟୟନ ଏବଂ ସାଇକ୍ଲୋନ ଉପରେ ନଜର ରଖିବା ପାଇଁ ଇସ୍ରୋ ଶନିବାର ତୃତୀୟ ପିଢିର ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ କରିଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ରକେଟ ପିଏସଏଲଭି-ସି-୫୪ର ଆଠଟି ନାନୋ ଉପଗ୍ରହକୁ ପୃଥିବୀର କକ୍ଷପଥରେ ଅବସ୍ଥାନ କରିଛି।

ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରରୁ ଏହି ଉତକ୍ଷେପଣ କରାଯାଇଛି। ଏହା ହେଉଛି ୪୪.୪ ମିଟର ଉଚ୍ଚତା ରକେଟ ପିଏସଏଲଭି-ଏକ୍ସଏଲ। ଏହା ୩୨୧ ଟନ ଧଜନ ବୋହିବାକୁ ସକ୍ଷମ। ଏହା ହେଉଛି ରକେଟର ୨୪ ତମ ଉଡାଣ।

ପିଏସଏଲଭି-ସି-୫୪ ସଫଳତାର ସହିତ ଓସିନ ସାଟ୍‌କୁ ପୋଲାର କକ୍ଷପଥରେ ସ୍ଥାନିତ କରିଛି। ଇସ୍ରୋ ଅଧ୍ୟକ୍ଷ ଏସ.ସୋମନାଥ କହିଛନ୍ତି ଯେ ପିଏସଏଲଭି-ସି-୫୪ସଫଳତାର ସହ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହକୁ ଏହାର ଲକ୍ଷ୍ୟ କକ୍ଷପଥରେ ସ୍ଥାନିତ କରିଛି। ପୂର୍ବାହ୍ନ ୧୧ଟା ୫୬ ରେ ପୂର୍ବ ନିର୍ଦ୍ଧାରିତ ସମୟରେ ଏହା ଲଞ୍ଚ କରାଯାଇଥିଲା। ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ ଉତକ୍ଷେପଣର ୧୭ ମିନିଟ ପରେ ଉଦ୍ଦିଷ୍ଟ କକ୍ଷପଥରେ ପହଞ୍ଚିବା ପରେ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ଓସିନସାଟ ସଫଳତାର ସହ ରକେଟରୁ ଅଲଗା ହୋଇଛି। ଏହା ପରେ ଏହା କକ୍ଷପଥରେ ସ୍ଥାପିତ ହୋଇଛି।

ଏହି ଅବସରରେ ବହିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି ଯେ ଭୁଟାନର ଉପଗ୍ରହକୁ କକ୍ଷପଥରେ ଉପସ୍ଥାପିତ କରାଇ ଭାରତ ଦୁଇଦେଶଙ୍କର ସମ୍ପର୍କରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ପିଏସଏଲଭି-ସି-୫୪ ରକେଟରେ ଓସିନସାଟ -୩ ସହିତ ନଅ ନାନୋସାଟେଲାଇଟ ପରିବହନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri