Posted inଜାତୀୟ

ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ…

ଶ୍ରୀହରିକୋଟା,୨୬।୧୧ : ସମୁଦ୍ରର ବୈଜ୍ଞାନିକ ଅଧ୍ୟୟନ ଏବଂ ସାଇକ୍ଲୋନ ଉପରେ ନଜର ରଖିବା ପାଇଁ ଇସ୍ରୋ ଶନିବାର ତୃତୀୟ ପିଢିର ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ କରିଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ରକେଟ ପିଏସଏଲଭି-ସି-୫୪ର ଆଠଟି ନାନୋ ଉପଗ୍ରହକୁ ପୃଥିବୀର କକ୍ଷପଥରେ ଅବସ୍ଥାନ କରିଛି।

ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରରୁ ଏହି ଉତକ୍ଷେପଣ କରାଯାଇଛି। ଏହା ହେଉଛି ୪୪.୪ ମିଟର ଉଚ୍ଚତା ରକେଟ ପିଏସଏଲଭି-ଏକ୍ସଏଲ। ଏହା ୩୨୧ ଟନ ଧଜନ ବୋହିବାକୁ ସକ୍ଷମ। ଏହା ହେଉଛି ରକେଟର ୨୪ ତମ ଉଡାଣ।

ପିଏସଏଲଭି-ସି-୫୪ ସଫଳତାର ସହିତ ଓସିନ ସାଟ୍‌କୁ ପୋଲାର କକ୍ଷପଥରେ ସ୍ଥାନିତ କରିଛି। ଇସ୍ରୋ ଅଧ୍ୟକ୍ଷ ଏସ.ସୋମନାଥ କହିଛନ୍ତି ଯେ ପିଏସଏଲଭି-ସି-୫୪ସଫଳତାର ସହ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହକୁ ଏହାର ଲକ୍ଷ୍ୟ କକ୍ଷପଥରେ ସ୍ଥାନିତ କରିଛି। ପୂର୍ବାହ୍ନ ୧୧ଟା ୫୬ ରେ ପୂର୍ବ ନିର୍ଦ୍ଧାରିତ ସମୟରେ ଏହା ଲଞ୍ଚ କରାଯାଇଥିଲା। ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ ଉତକ୍ଷେପଣର ୧୭ ମିନିଟ ପରେ ଉଦ୍ଦିଷ୍ଟ କକ୍ଷପଥରେ ପହଞ୍ଚିବା ପରେ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ଓସିନସାଟ ସଫଳତାର ସହ ରକେଟରୁ ଅଲଗା ହୋଇଛି। ଏହା ପରେ ଏହା କକ୍ଷପଥରେ ସ୍ଥାପିତ ହୋଇଛି।

ଏହି ଅବସରରେ ବହିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି ଯେ ଭୁଟାନର ଉପଗ୍ରହକୁ କକ୍ଷପଥରେ ଉପସ୍ଥାପିତ କରାଇ ଭାରତ ଦୁଇଦେଶଙ୍କର ସମ୍ପର୍କରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ପିଏସଏଲଭି-ସି-୫୪ ରକେଟରେ ଓସିନସାଟ -୩ ସହିତ ନଅ ନାନୋସାଟେଲାଇଟ ପରିବହନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri