ଏମ୍‌ସରେ ବିରଳ ଗଳା କର୍କଟର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୫।୫(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ବିକିରଣ (ରେଡିଏନ) ଓ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନ୍‌ଏଡ୍‌ ସିଷ୍ଟିକ କାର୍ସିନୋମା) ରୋଗର ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି ପ୍ରାଣଘାତୀ ରୋଗର ଅନ୍ୟ କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନ ଥିବାରୁ ଏମ୍‌ସ ଯୁବ ଡାକ୍ତରୀ ଦଳ ଅଭିନବ ଉପାୟରେ ଅସ୍ତ୍ରୋପଚାର କରି ଜଣେ ଯୁବତୀଙ୍କ ଜୀବନ ରକ୍ଷା କରିଛନ୍ତି। ଜଗତ୍‌ସିଂହପୁର ଜିଲାର ୨୫ ବର୍ଷୀୟା ଯୁବତୀ ଜଣକ ପ୍ରାୟ ଏକ ବର୍ଷରୁ ଅଧିକ ହେବ ଏହି ଗଳା କର୍କଟ ରୋଗରେ ପୀଡ଼ିତ ହୋଇଥିଲେ। ସେ ରାଜ୍ୟର ବିଭିନ୍ନ ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ବାକ୍‌ଯନ୍ତ୍ର ଓ ଖାଦ୍ୟନଳୀର ସଂଯୋଗ ସ୍ଥଳରେ ହୋଇଥିବା ଟ୍ୟୁମର ଯୋଗୁ ସେ ଶ୍ବାସକ୍ରିୟା ତଥା କଥା କହିବାରେ ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେବେ ଏମ୍‌ସରେ ଆବଶ୍ୟକ ପରୀକ୍ଷାରୁ ସେ ଆଡେନ୍‌ଏଡ୍‌ ସିଷ୍ଟିକ କାର୍ସିନୋମାରେ ପୀଡିତ ଥିବା ଜଣାପଡିବା ପରେ ଅସ୍ତ୍ରୋପଚାର ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏମ୍‌ସ ଇଏନ୍‌ଟି ଏବଂ ଗ୍ୟାଷ୍ଟ୍ରୋସର୍ଜରି ବିଭାଗର ଯୁବ ଡାକ୍ତରଙ୍କୁ ନେଇ ଗଠିତ ୧୦ଜଣିଆ ଡାକ୍ତରୀ ଦଳ ପ୍ରାୟ ୧୪ ଘଣ୍ଟା ଧରି ଏହି ଅସ୍ତ୍ରୋପଚାର କରିଥିଲେ। ଇଏନ୍‌ଟି ବିଭାଗର ବିଶେଷଜ୍ଞ ଡାକ୍ତର ବାକ୍‌ଯନ୍ତ୍ର, ଶ୍ବାସନଳୀ ଓ ଖାଦ୍ୟନଳୀର ଉପର ଭାଗ ଏବଂ ଥାଇରଏଡ୍‌ ଗ୍ରନ୍ଥିର କିଛି ଅଂଶ ଅସ୍ତ୍ରୋପଚାର ଦ୍ବାରା ବାହାର କରିଥିଲେ। ସେହିପରି ଗ୍ୟାଷ୍ଟ୍ରୋସର୍ଜରି ବିଶେଷଜ୍ଞମାନେ ବୃହଦାନ୍ତ୍ର (କୋଲୋନ)ର ଏକ ଅଂଶକୁ କାଟି ବାହାର କରିବା ସହିତ ଏହାକୁ ଛାତି ମଧ୍ୟରେ ସ୍ତନ ତଳେ ଏବଂ ହୃତ୍‌ପିଣ୍ଡ ନିକଟରେ ଏକ କୃତ୍ରିମ ଟନେଲ ସୃଷ୍ଟି କରି ଜିଭର ମୂଳ ସହିତ ପାକସ୍ଥଳୀକୁ ସଂଯୋଗ କରିଥିଲେ। ଏହି ପ୍ରକ୍ରିୟା ଦ୍ବାରା ଯୁବତୀଙ୍କର ଏକ ନୂତନ ଖାଦ୍ୟନଳୀ ସୃଷ୍ଟି କରାଯାଇପାରିଛି। ଅସ୍ତ୍ରୋପଚାର ପରେ ରୋଗୀଙ୍କୁ ଆଇସିୟୁରେ ରଖାଯାଇଥିଲା। ୨ ମାସ ପରେ ଯୁବତୀଜଣକ ବର୍ତ୍ତମାନ ସୁସ୍ଥ ଅନୁଭବ କରିବା ସହିତ ସ୍ବାଭାବିକ ଭାବେ ଶ୍ୱାସକ୍ରିୟା ସମ୍ପାଦନ କରିବା ଏବଂ ଖାଦ୍ୟ ଗ୍ରହଣ କରୁଛନ୍ତି। ଏହା ଅସ୍ତ୍ରୋପଚାର କରିଥିବା ଡାକ୍ତରୀ ଦଳ ସହିତ ଯୁବତୀଙ୍କ ପରିବାରକୁ ଆନନ୍ଦିତ କରିଥିବାବେଳେ ଏମ୍‌ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଇଏନ୍‌ଟି ବିଭାଗର ସହଯୋଗୀ ପ୍ରଫେସର୍‌ ଡ. ଦିଲୀପ କୁମାର ସାମଲ, ଗ୍ୟାଷ୍ଟ୍ରୋସର୍ଜରି ବିଭାଗର ସହକାରୀ ପ୍ରଫେସର ଡ. ତନ୍ମୟ ଦତ୍ତ, ଜରୁରିକାଳୀନ ବିଭାଗର (ନିଶ୍ଚେତକ) ସହକାରୀ ପ୍ରଫେସର ଡ. ଅଜିତେଶ ସାହୁ ଏହାର ନେତୃତ୍ୱ ନେଇଥିଲେ। ଇଏନ୍‌ଟି ବିଭାଗର ମୁଖ୍ୟ ପ୍ରଫେସର ପ୍ରଦୀପ୍ତ କୁମାର ପରି ନିରୀକ୍ଷଣ କରିଥିଲେ। ଭାରପ୍ରାପ୍ତ ଡିଡିଏ ରଶ୍ମିରଞ୍ଜନ ସେଠୀ ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri