ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ. ଏପିଜେ ଅବଦୁଲ କଲାମ ଦୀପରୁ ମଲ୍ଟିପଲ୍‌ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେଡ୍‌ ରି-ଏଣ୍ଟ୍ରି ଭେହିକଲ୍‌ (ଏମ୍‌ଆଇଆରଭି) ରୁ ଉନ୍ନତ ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି।

ଏହି ପରୀକ୍ଷଣ ସମୟରେ କ୍ଷେପଣାସ୍ତ୍ରରେ ଏକାଧିକ ୱାରହେଡ୍‌ ସଂଯୋଜିତ ହୋଇଥିଲା। ଏହି ୱାରହେଡଗୁଡ଼ିକ ଭାରତ ମହାସାଗର ଅଞ୍ଚଳର ବିସ୍ତୃତ ଭୌଗୋଳିକ କ୍ଷେତ୍ରରେ ଥିବା ଭିନ୍ନ ଭିନ୍ନ ଲକ୍ଷ୍ୟକୁ ସଫଳତାର ସହିତ ଭେଦ କରିଥିଲା। ଏଥିପାଇଁ ଦୁଇ ଦିନ ପୂର୍ବରୁ ବଙ୍ଗୋପସାଗର ଓ ଭାରତ ମହାସାଗର ଅଞ୍ଚଳରେ ଉଡ଼ାଣ ନିଷିଦ୍ଧ ସୂଚନା (ନୋଟାମ) ପ୍ରଦାନ କରାଯାଇଥିଲା। ଏକୀକୃତ ପରୀକ୍ଷଣ କେନ୍ଦ୍ର (ଆଇଟିଆର) ଦ୍ୱାରା ନିୟୋଜିତ ଅନେକ ଭୂମିଭିତ୍ତିକ ଏବଂ ବଙ୍ଗୋପସାଗରରେ ଜାହାଜ-ଆଧାରିତ ଟେଲିମେଟ୍ରି ଓ ଟ୍ରାକିଂ ସିଷ୍ଟମ୍‌ ମାଧ୍ୟମରେ ପରୀକ୍ଷଣ ଆରମ୍ଭରୁ ସମସ୍ତ ୱାରହେଡ୍‌ ଲକ୍ଷ୍ୟଭେଦ କରିବା ପର୍ଯ୍ୟନ୍ତ ସମଗ୍ର ପ୍ରକ୍ରିୟାକୁ ଟ୍ରାକ୍‌ କରାଯାଇଥିଲା। ଏହି ପରୀକ୍ଷଣ ପାଇଁ ନିର୍ଦ୍ଧାରିତ ସମସ୍ତ ମିଶନ୍‌ ଲକ୍ଷ୍ୟ ସଫଳତାର ସହ ପୂରଣ ହୋଇଥିବା ଉଡ଼ାଣ ତଥ୍ୟରୁ ସୂଚନା ମିଳିଛି ବୋଲି ପ୍ରତିରକ୍ଷା ବିଭାଗ ପକ୍ଷରୁ ଶନିବାର ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି।

ଏହି ମିଶାଇଲ୍‌ ବ୍ୟବସ୍ଥାକୁ ଦେଶର ବିଭିନ୍ନ ଶିଳ୍ପ ସଂସ୍ଥାଙ୍କ ସହଯୋଗରେ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂସ୍ଥାନ (ଡିଆରଡିଓ)ର ବିଭିନ୍ନ ପରୀକ୍ଷାଗାର ଦ୍ୱାରା ବିକଶିତ କରାଯାଇଛି। ପରୀକ୍ଷଣ ସମୟରେ ଡିଆରଡିଓର ବରିଷ୍ଠ ବୈଜ୍ଞାନିକ ଓ ଭାରତୀୟ ସେନାର ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ସଫଳ ପରୀକ୍ଷଣ ପାଇଁ ଭାରତୀୟ ସେନା ଏବଂ ଏଥିରେ ଜଡ଼ିତ ଶିଳ୍ପ ସଂସ୍ଥାଗୁଡିକୁ ଅଭିନନ୍ଦନ ଜଣାଇଛନ୍ତି। ସମ୍ପ୍ରତି ଭାରତ ପାଇଁ ବଢୁଥିବା ସୁରକ୍ଷା ଚ୍ୟାଲେଞ୍ଜକୁ ଦୃଷ୍ଟିରେ ରଖି ଏହି ସଫଳତା ଦେଶର ରକ୍ଷା ପ୍ରସ୍ତୁତିକୁ ଆହୁରି ସୁଦୃଢ କରିବ ବୋଲି ସେ କହିଛନ୍ତି। ସେହିପରି ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗର ସଚିବ ଏବଂ ଡିଆରଡିଓ ଅଧ୍ୟକ୍ଷ ଡ. ସମୀର ଭି କାମତ ମଧ୍ୟ ସଫଳ ପରୀକ୍ଷାରେ ଜଡିତ ବୈଜ୍ଞାନିକ ଓ ପ୍ରାୟୋଗିକ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri