ସୁ-୩୦ ଏମ୍‌କେଆଇ ଯୁଦ୍ଧ ବିମାନରେ ‘ଅସ୍ତ୍ର’ର ସଫଳ ପରୀକ୍ଷଣ

ବାଲେଶ୍ୱର,୧୨ା୭(ବାଞ୍ଛାନିଧି ଦେ): ଡିଆରଡିଓ ଏବଂ ଭାରତୀୟ ବାୟୁସେନାର ମିଳିତ ଉଦ୍ୟମରେ ସ୍ବଦେଶୀ ରେଡିଓ ଫ୍ରିକ୍ୱେନ୍ସି ସିକର୍‌ ଲାଗିଥିବା ଏହି କ୍ଷେପଣାସ୍ତ୍ରକୁ ସୁ-୩୦ ଏମ୍‌କେ-ଆଇ ଯୁଦ୍ଧ ବିମାନରୁ ପରୀକ୍ଷଣ କରାଯାଇଛି।

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ମିଳିତ ଉଦ୍ୟମରେ ଶନିବାର ଦୃଶ୍ୟମାନ ପରିଧିଠାରୁ ବାହାରେ ଆକାଶମାର୍ଗରୁ ଆକାଶମାର୍ଗକୁ ଲକ୍ଷ୍ୟ ଭେଦ କରିପାରୁଥିବା (ବିଭିଆର୍‌ଏଏଏମ୍‌) ‘ଅସ୍ତ୍ର’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି କ୍ଷେପଣାସ୍ତ୍ରରେ ସ୍ବଦେଶୀ ଭାବେ ନିର୍ମିତ ରେଡିଓ ଫ୍ରିକ୍ୱେନ୍ସି ସିକର୍‌ ଲାଗିଛି। ଓଡ଼ିଶା ଉପକୂଳ ଚାନ୍ଦିପୁରଠାରେ ସୁ-୩୦ ଏମ୍‌କେ-ଆଇ ଯୁଦ୍ଧ ବିମାନରେ ଏହି କ୍ଷେପଣାସ୍ତ୍ରର ବିମାନ ପରୀକ୍ଷଣ କରାଯାଇଥିଲା। ପରୀକ୍ଷଣ ସମୟରେ ଭିନ୍ନଭିନ୍ନ ସ୍ତର, ଦିଗ, ଉତ୍‌କ୍ଷେପଣ ପରିସ୍ଥିତିରେ ଥିବା ଦୁଇଟି ମାନବବିହୀନ ଆକାଶମାର୍ଗ ଲକ୍ଷ୍ୟକୁ ଭେଦ କରିବା ଲାଗି ଦୁଇଟି କ୍ଷେପଣାସ୍ତ୍ରକୁ ପ୍ରୟୋଗ କରାଯାଇଥିଲା। ଉଭୟ କ୍ଷେତ୍ରରେ, କ୍ଷେପଣାସ୍ତ୍ରଗୁଡ଼ିକ ସମ୍ପୂର୍ଣ୍ଣ ସଠିକ ଭାବେ ଲକ୍ଷ୍ୟଗୁଡ଼ିକୁ ଧ୍ୱଂସ କରିଥିଲା।
ପରୀକ୍ଷଣ ସମୟରେ, ସମସ୍ତ ଉପ-ପ୍ରଣାଳୀ ଆଶା ଅନୁଯାୟୀ କାର୍ଯ୍ୟ କରିଥିଲା। ଏଥିରେ ଡିଆରଡିଓ ଦ୍ୱାରା ସ୍ବଦେଶୀ ଭାବରେ ଡିଜାଇନ ଏବଂ ବିକଶିତ କରାଯାଇଥିବା ରେଡିଓ ଫ୍ରିକୁଏନ୍ସି ସିକର୍‌ ମଧ୍ୟ ଅନ୍ତର୍ଭୁକ୍ତ। ଚାନ୍ଦିପୁରର ସମନୱିତ ପରୀକ୍ଷଣ ରେଞ୍ଜ ଟ୍ରାକିଂ ଉପକରଣ ଦ୍ୱାରା କଏଦ ହୋଇଥିବା ଉଡ଼ାଣ ତଥ୍ୟ ମାଧ୍ୟମରେ ‘ଅସ୍ତ୍ର’ ଯୁଦ୍ଧାସ୍ତ୍ର ପ୍ରଣାଳୀର ତ୍ରୁଟିହୀନ କାର୍ଯ୍ୟଦକ୍ଷତାକୁ ଯାଞ୍ଚ କରାଯାଇଥିଲା। ଏହି ସଫଳ ଉଡ଼ାଣ ପରୀକ୍ଷଣ ସୱଦେଶୀ ଭାବେ ନିର୍ମିତ ସିକର୍‌ ସହିତ ‘ଅସ୍ତ୍ର’ ଯୁଦ୍ଧାସ୍ତ୍ର ପ୍ରଣାଳୀର ସଠିକ ଲକ୍ଷ୍ୟଭେଦ କ୍ଷମତା ଏବଂ ଭରସାଯୋଗ୍ୟ କାର୍ଯ୍ୟଦକ୍ଷତାକୁ ପୁନଃ ପ୍ରମାଣିତ କରିଥିଲା।
ଅସ୍ତ୍ର ବିଭିଆରଏଏଏମ୍‌ ୧୦୦ କିଲୋମିଟରରୁ ଅଧିକ ଦୂରରେ ଥିବା ଲକ୍ଷ୍ୟ ଭେଦ କରିବାକୁ ସକ୍ଷମ। ଏଥିରେ ଅତ୍ୟାଧୁନିକ ମାର୍ଗଦର୍ଶନ ଏବଂ ଦିଗ ନିର୍ଣ୍ଣୟ ପ୍ରଣାଳୀ ସଂଯୁକ୍ତ ହୋଇଛି। ଏହି ଅସ୍ତ୍ର ପ୍ରଣାଳୀକୁ ସଫଳ ଭାବେ ନିର୍ମାଣ କରିବା ଲାଗି ଡିଆରଡିଓର ବିଭିନ୍ନ ପ୍ରୟୋଗଶାଳା ସମେତ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍‌ ସମେତ ୫୦ରୁ ଅଧିକ ସରକାରୀ ଓ ଘରୋଇ ଶିଳ୍ପସଂସ୍ଥା ଯୋଗଦାନ ଦେଇଛନ୍ତି।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆରଏଫ୍‌ ସିକରରୁ ଡିଜାଇନ ଏବଂ ବିକାଶରେ ଜଡ଼ିତ ଡିଆର୍‌ଡିଓ, ଆଇଏଏଫ୍‌ ଓ ଶିଳ୍ପ ସଂସ୍ଥାଗୁଡ଼ିକୁ ପ୍ରଶଂସା କରିଛନ୍ତି।
ସେ କହିଛନ୍ତି, ସ୍ବଦେଶୀ ଆରଏଫ୍‌ ସିକର୍‌ ସହିତ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟା ହାସଲ କ୍ଷେତ୍ରରେ ଏକ ପ୍ରମୁଖ ମାଇଲଖୁଣ୍ଟ। ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗର ସଚିବ ଏବଂ ଡିଆରଡିଓର ଅଧ୍ୟକ୍ଷ ଡକ୍ଟର ସମୀର ଭି କାମତ ସଫଳ ଉଡ଼ାଣ ପରୀକ୍ଷଣରେ ସାମିଲ ସମସ୍ତ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?