‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’ କ୍ଷେପଣାସ୍ତ୍ର (ଆଇଟିସିଏମ୍‌)ର ଗୁରୁବାର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ ସମସ୍ତ ସବ୍‌ ସିଷ୍ଟମ ଆଶାନୁରୂପ ପ୍ରଦର୍ଶନ କରିଥିଲା। ଏହି କ୍ଷେପଣାସ୍ତ୍ରର କାର୍ଯ୍ୟଦକ୍ଷତାକୁ ରାଡାର, ଇଲେକ୍ଟ୍ରୋ ଅପ୍ଟିକାଲ ଟ୍ରାକିଂ ସିଷ୍ଟମ (ଇଓଟିଏସ) ଏବଂ ଆଇଟିଆର ଦ୍ୱାରା ବିଭିନ୍ନ ସ୍ଥାନରେ ନିୟୋଜିତ ଟେଲିମେଟ୍ରି ଦ୍ୱାରା ନିରୀକ୍ଷଣ କରାଯାଇଥିଲା। ଭାରତୀୟ ବାୟୁସେନାର ସୁ-୩୦-ଏମ୍‌କେ-୧ ବିମାନରୁ ମଧ୍ୟ ଏହି କ୍ଷେପଣାସ୍ତ୍ରର ଉଡ଼ାଣ ଉପରେ ନଜର ରଖାଯାଇଥିଲା। ଏହି କ୍ଷେପଣାସ୍ତ୍ର ୱେ ପଏଣ୍ଟ ନାଭିଗେଶନ୍‌ ବ୍ୟବହାର କରି ଆବଶ୍ୟକ ପଥ ଅନୁସରଣ କରିଥିଲା ଏବଂ ଅତ୍ୟନ୍ତ ନିମ୍ନ ଉଚ୍ଚତା ବିଶିଷ୍ଟ ସମୁଦ୍ର-ସ୍କିମିଂ ଉଡ଼ାଣ ପ୍ରଦର୍ଶନ କରିଥିଲା। ବେଙ୍ଗାଲୁରୁସ୍ଥିତ ଗ୍ୟାସ୍‌ ଟର୍ବାଇନ୍‌ ରିସର୍ଚ୍ଚ ଏଷ୍ଟାବ୍ଲିସମେଣ୍ଟ (ଜିଟିଆର୍‌ଇ) ଦ୍ୱାରା ବିକଶିତ ଏହି ସ୍ବଦେଶୀ ପ୍ରୋପଲସନ ସିଷ୍ଟମ ସଫଳ ଭାବେ କାର୍ଯ୍ୟ କରିଥିବା ଜଣାପଡ଼ିଛି। ଏହି କ୍ଷେପଣାସ୍ତ୍ରରେ ଉନ୍ନତ ଏବଂ ବିଶ୍ୱସନୀୟ ପ୍ରଦର୍ଶନ ସୁନିଶ୍ଚିତ କରିବା ପାଇଁ ଅତ୍ୟାଧୁନିକ ଆଭିଓନିକ୍ସ ଏବଂ ସଫ୍ଟୱେୟାର ମଧ୍ୟ ରହିଛି। ଏହି କ୍ଷେପଣାସ୍ତ୍ରକୁ ବେଙ୍ଗାଲୁରୁସ୍ଥିତ ଡିଆରଡିଓ ପରୀକ୍ଷାଗାର ଏରୋନୋଟିକାଲ ଡେଭଲପମେଣ୍ଟ ଏଷ୍ଟାବ୍ଲିସମେଣ୍ଟ (ଏଡିଇ) ବିକଶିତ କରିବା ସହ ଅନ୍ୟାନ୍ୟ ପରୀକ୍ଷାଗାର ଏବଂ ଭାରତୀୟ ଉଦ୍ୟୋଗର ଯୋଗଦାନ ରହିଛି। ଏହି ପରୀକ୍ଷଣକୁ ଡିଆରଡିଓର ବିଭିନ୍ନ ପରୀକ୍ଷାଗାରର ବହୁ ବରିଷ୍ଠ ବୈଜ୍ଞାନିକ ଓ ପ୍ରତିନିଧିମାନେ ଦେଖିଥିଲେ। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଇଟିସିଏମ୍‌ର ସଫଳ ଉଡ଼ାଣ ପରୀକ୍ଷଣ ପାଇଁ ଡିଆରଡିଓକୁ ଅଭିନନ୍ଦନ ଜଣାଇଛନ୍ତି। ସ୍ବଦେଶୀ ପ୍ରୋପଲସନ ଦ୍ୱାରା ପରିଚାଳିତ ସ୍ବଦେଶୀ ଲମ୍ବା ଦୂରତା ସବ୍‌ସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ରର ସଫଳ ବିକାଶ ଭାରତୀୟ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ କ୍ଷେତ୍ରରେ ଏକ ବଡ଼ ମାଇଲଖୁଣ୍ଟ ବୋଲି କହିଛନ୍ତି। ସେହିପରି ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗ ସଚିବ ତଥା ଡିଆରଡିଓ ଅଧ୍ୟକ୍ଷ ଡ. ସମୀର ଭି. କାମତ ଆଇଟିସିଏମ୍‌ ଉତ୍‌କ୍ଷେପଣର ସଫଳ ପରିଚାଳନା ପାଇଁ ଡିଆରଡିଓର ସମଗ୍ର ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri