‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର ରକେଟ୍‌ ‘ପିନାକ’ର ସଫଳ ପରୀକ୍ଷଣ ହୋଇଛି। ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ) ପକ୍ଷରୁ ବିକଶିତ ଏହି କ୍ଷେପଣାସ୍ତ୍ର ୪୦କି.ମି. ଦୂରବର୍ତ୍ତୀ ସ୍ଥଳଭାଗରେ ଥିବା ଶତ୍ରୁପକ୍ଷର ଯୁଦ୍ଧାସ୍ତ୍ରକୁ ନଷ୍ଟ କରିପାରିବ। ଏହି କ୍ଷେପଣାସ୍ତ୍ରକୁ ପୁଣେ ସ୍ଥିତ ଆର୍ମାମେଣ୍ଟ ରିସର୍ଚ୍ଚ ଆଣ୍ଡ ଡେଭଲେପ୍‌ମେଣ୍ଟ ଏଷ୍ଟାବ୍ଲିସମେଣ୍ଟ (ଏଆର୍‌ଡିଇ ) ଏବଂ ହାଇ ଏନର୍ଜି ମେଟେରିଆଲ୍ସ ରିସର୍ଚ୍ଚ ଲାବୋରେଟୋରୀ (ଏଚ୍‌ଇଏମ୍‌ଆର୍‌ଏଲ୍‌) ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି। କ୍ଷେପଣାସ୍ତ୍ରର ସଫଳତାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆର୍‌ଡିଓ ଏବଂ ଏଥିସହ ଜଡ଼ିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଡିଆର୍‌ଡିଓ ଅଧ୍ୟକ୍ଷ ଡ. ଜି ସତୀଶ ରେଡ୍ଡୀ ଏହି ସଫଳତା ପାଇଁ ମିଶନରେ ସମ୍ପୃକ୍ତ ସମସ୍ତ ଅଧିକାରୀ ଏବଂ ସଦସ୍ୟଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri