‘ଏସ୍‌ଏଫ୍‌ଡିଆର୍‌’ ବୁଷ୍ଟର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୪: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ(ଡିଆରଡିଓ) ପକ୍ଷରୁ ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡ୍‌ରୁ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ସଲିଡ୍‌ ଫୁଏଲ ଡକ୍ଟେଡ୍‌ ରାମଜେଟ୍‌ (ଏସ୍‌ଏଫ୍‌ଡ଼ିଆର୍‌) ବୁଷ୍ଟର କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା। ପରୀକ୍ଷଣ ସମୟରେ ସ୍ଥିରୀକୃତ ସମସ୍ତ ଲକ୍ଷ୍ୟକୁ ଏହି ବୁଷ୍ଟର ମିଶାଇଲ ସଫଳତାର ସହ ପୂରଣ କରିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।
ହାଇଦ୍ରାବାଦସ୍ଥିତ ଡିଆର୍‌ଡିଏଲ୍‌ ଓ ଡିଆର୍‌ଡିଓର ମିଳିତ ପ୍ରୟାସରେ ବିକଶିତ ଏହି କ୍ଷେପଣାସ୍ତ୍ର ୩୫୦ କି.ମି. ଦୂରତା ପର୍ଯ୍ୟନ୍ତ ଲକ୍ଷ୍ୟଭେଦ ସହ ଶବ୍ଦର ଗତିଠାରୁ ୪ ଗୁଣ ଅଧିକ ବେଗରେ ଗତି କରିପାରିବ ବୋଲି ପ୍ରତିରକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ‘ଏସ୍‌ଏଫ୍‌ଡିଆର’ର ସଫଳ ପରୀକ୍ଷଣ ନିମନ୍ତେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଡିଆରଡିଓର ବୈଜ୍ଞାନିକ, ଭାରତୀୟ ବାୟୁସେନା ଓ ଉଦ୍ୟୋଗ ଜଗତକୁ ଅଭିନନ୍ଦନ ଜଣାଇଛନ୍ତି। ସେହିପରି ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗ ସଚିବ ତଥା ଡିଆରଡିଓର ଅଧ୍ୟକ୍ଷ ଡ. ଜି. ସତୀଶ ରେଡ୍ଡୀ ମଧ୍ୟ ଏହି ସଫଳ ପରୀକ୍ଷଣରେ ସମ୍ପୃକ୍ତ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। ଅନ୍ୟପଟେ ମିଶାଇଲର ସଫଳ ପରୀକ୍ଷଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ କରି ଖୁସିବ୍ୟକ୍ତ କରିବା ସହ ଡିଆର୍‌ଡିଓକୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri