ଭିଏଲ୍‌-ଏସ୍‌ଆର୍‌ ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୫ା୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ରୁ ଶୁକ୍ରବାର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଭିଏଲ-ଏସ୍‌ଆରଏସ୍‌ଏଏମ୍‌’ର ଉତ୍‌କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଥିଲା।
ଭୂପୃଷ୍ଠରୁ ଆକାଶମାର୍ଗକୁ ନିକ୍ଷେପ କରାଯାଇପାରୁଥିବା ଭିଏଲ-ଏସ୍‌ଆରଏସ୍‌ଏଏମ୍‌ କ୍ଷେପଣାସ୍ତ୍ର ହେଉଛି ଯୁଦ୍ଧ ଜାହାଜରେ ଖଞ୍ଜା ହେଉଥିବା ଏକ ଅସ୍ତ୍ର ପ୍ରଣାଳୀ, ଯାହାକି ସମୁଦ୍ର ପତ୍ତନ ହେଉ କି ଆକାଶମାର୍ଗରୁ ଆସୁଥିବା ଶତ୍ରୁପକ୍ଷର ଯୁଦ୍ଧାସ୍ତ୍ରକୁ ନିଷ୍କ୍ରିୟ କରିବାକୁ ସକ୍ଷମ। ତେବେ ଶୁକ୍ରବାର ଆକାଶମାର୍ଗରେ ଦ୍ରୁତଗତିରେ ଆସୁଥିବା ବିମାନକୁ ଟାର୍ଗେଟ କରାଯାଇ ଏହି କ୍ଷେପଣାସ୍ତ୍ରକୁ ଜାହାଜରୁ ଉତ୍‌କ୍ଷେପଣ କରାଯାଇଥିଲା ଏବଂ ଏହା ନିର୍ଦ୍ଧାରିତ ଲକ୍ଷ୍ୟ ଭେଦ କରିବାରେ ସକ୍ଷମ ହୋଇଥିଲା। ଚାନ୍ଦିପୁର ଆଇଟିଆର ପକ୍ଷରୁ ନିୟୋଜିତ ଏକାଧିକ ଟ୍ରାକିଂ ଉପକରଣ ମାଧ୍ୟମରେ କ୍ଷେପଣାସ୍ତ୍ରର ଗତି ଓ ମାର୍ଗ ସମେତ ସମସ୍ତ କାର୍ଯ୍ୟକ୍ଷମତା ମାପଦଣ୍ଡ ନିରୀକ୍ଷଣ କରାଯାଇଥିଲା। ଡିଆରଡିଓ ଏବଂ ଭାରତୀୟ ନୌସେନାର ବରିଷ୍ଠ ଅଧିକାରୀମାନେ ଏହି କ୍ଷେପଣାସ୍ତ୍ର ପରୀକ୍ଷଣର ସମ୍ପୂର୍ଣ୍ଣ ପ୍ରକ୍ରିୟାକୁ ଅନୁଧ୍ୟାନ କରିଥିଲେ।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆରଡିଓ, ଭାରତୀୟ ନୌସେନା ଏବଂ ଉଦ୍ୟୋଗ ଜଗତକୁ ଅଭିନନ୍ଦନ ଜଣାଇଛନ୍ତି। ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ଦ୍ୱାରା ଆକାଶମାର୍ଗରୁ ଆସୁଥିବା ବିପଦ ବିରୋଧରେ ଭାରତୀୟ ନୌସେନାର ଯୁଦ୍ଧଜାହାଜଗୁଡ଼ିକର କ୍ଷମତା ଆହୁରି ବୃଦ୍ଧିପାଇବ ବୋଲି କହିଛନ୍ତି। ସେହିପରି ନୌସେନା ମୁଖ୍ୟ ଆଡମିରାଲ ଆର୍‌ ହରି କୁମାର ଭିଏଲ-ଏସଆରଏସ୍‌ଏଏମ୍‌ର ସଫଳ ପରୀକ୍ଷଣ ପାଇଁ ଭାରତୀୟ ନୌସେନା ଏବଂ ଡିଆରଡିଓ କର୍ତ୍ତୃପକ୍ଷଙ୍କୁ ପ୍ରଶଂସା କରିଛନ୍ତି। ସ୍ବଦେଶୀ କ୍ଷେପଣାସ୍ତ୍ର ପ୍ରଣାଳୀ ବିକଶିତ ହେବା ଦ୍ୱାରା ଭାରତୀୟ ନୌସେନାର ପ୍ରତିରକ୍ଷା ସାମର୍ଥ୍ୟ ଅଧିକ ସୁଦୃଢ଼ ହେବ ବୋଲି କହିଛନ୍ତି। ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗ ସଚିବ ତଥା ଡିଆରଡିଓ ଅଧ୍ୟକ୍ଷ ଡ. ଜି ସତୀଶ ରେଡ୍ଡୀ ଏହି ସଫଳ ପରୀକ୍ଷଣରେ ସାମିଲ ଥିବା ଦଳକୁ ପ୍ରଶଂସା କରିଛନ୍ତି। ଭାରତୀୟ ନୌସେନାର ଯୁଦ୍ଧ ଜାହାଜରେ ସ୍ବଦେଶୀ ଅସ୍ତ୍ର ପ୍ରଣାଳୀ ସାମିଲ ହେବା ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣରୁ ପ୍ରମାଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri