Posted inଜାତୀୟ

‘ନାଗ ମାର୍କ ୨’ର ସଫଳ ପରୀକ୍ଷା

ପୋଖରାନ୍‌, ୧୪ା୧: ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍‌ ଫର୍‌ଗେଟ୍‌ ଆଣ୍ଟି ଟ୍ୟାଙ୍କ୍‌ ଗାଇଡେଡ୍‌ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ରାଜସ୍ଥାନର ଜୈସଲମେର ଜିଲା ପୋଖରାନ ଫିଲ୍ଡ ଫାୟାରିଙ୍ଗ୍‌ ରେଞ୍ଜ୍‌ରୁ ଏହି ମିଶାଇଲର ୩ଟି ପରୀକ୍ଷଣ କରାଯାଇଛି। ଉକ୍ତ ପରୀକ୍ଷଣରେ ‘ନାଗ ମାର୍କ ୨’ ମିଶାଇଲ ଠିକ୍‌ ଭାବେ ନିଜର ସମସ୍ତ ଟାର୍ଗେଟକୁ ନଷ୍ଟ କରିଦେଇଥିଲା। ଭାରତୀୟ ସେନାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପ୍ରତିରକ୍ଷା ଗବେଷଣା ବିକାଶ ସଙ୍ଗଠନ (ଡିଆର୍‌ଡିଓ) ପକ୍ଷରୁ ଏହି ପରୀକ୍ଷଣ କରାଯାଇଛି। ଏହାସହ ‘ନାଗ ମାର୍କ ୨’ ମିଶାଇଲ ଭାରତୀୟ ସେନାରେ ସାମିଲ ହେବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ‘ନାଗ ମାର୍କ ୨’ର ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଡିଆର୍‌ଡିଓ ଏବଂ ଭାରତୀୟ ସେନାକୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରକାଶ ଯେ, ‘ନାଗ ମାର୍କ ୨’ ଭାରତୀୟ ସେନା ପାଇଁ ଏକ ଉନ୍ନତ ଆଣ୍ଟି ଟ୍ୟାଙ୍କ୍‌ ଗାଇଡେଡ୍‌ ମିଶାଇଲ ସିଷ୍ଟମ। ଏହା ଏକ ହାଲୁକା କ୍ଷେପଣାସ୍ତ୍ର ହୋଇଥିବାବେଳେ ସମସ୍ତ ପରିସ୍ଥିତିରେ କାମ କରିପାରିଥାଏ। ଏହି ମିଶାଇଲର ଓଜନ ୪୫ କିଲୋଗ୍ରାମ ହୋଇଥିବାବେଳେ ଏହାର ଉଚ୍ଚତା ୬ ଫୁଟ ୧ ଇଞ୍ଚ ରହିଛି। ୨୩୦ ମିଟର ପ୍ରତି ସେକେଣ୍ଡ ବେଗରେ ଏହି ମିଶାଇଲ ନିଜ ଲକ୍ଷ୍ୟକୁ ଆକ୍ରମଣ କରିଥାଏ। ‘ନାଗ ମାର୍କ ୨’ ମିଶାଇଲକୁ ଡିଆର୍‌ଡିଓ ‘ଇଣ୍ଟିଗ୍ରେଟେଡ୍‌ ଗାଇଡେଡ୍‌ ମିଶାଇଲ ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ(ଆଇଜିଏମ୍‌ଡିପି)’ ଅଧୀନରେ ବିକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?