କ୍ୟୁଆର-ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ରୁ ଗୁରୁବାର ପୂର୍ବାହ୍ନରେ କ୍ୟୁଆର୍‌-ଏସ୍‌ଏଏମ୍‌(କ୍ୱିକ୍‌ ରିଆକ୍ସନ୍‌-ସର୍ଫେସ୍‌ ଟୁ ଏୟାର ମିଶାଇଲ୍‌) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସେନା ଦ୍ୱାରା ମୂଲ୍ୟାଙ୍କନ ପରୀକ୍ଷଣର ଏକ ଅଂଶ ଭାବରେ ଏହି ବିମାନ ପରୀକ୍ଷା କରାଯାଇଥିବା ଡିଆରଡିଓ ପକ୍ଷରୁ କୁହାଯାଇଛି ।
ବିଭିନ୍ନ ପରିସ୍ଥିତିରେ ଅସ୍ତ୍ରଶସ୍ତ୍ରର ମାରକ କ୍ଷମତାକୁ ଆକଳନ କରିବା ପାଇଁ ଆକାଶରେ ଆସୁଥିବା ଟାର୍ଗେଟ୍‌(ଆସନ୍ନ ବିପଦ) ବିରୋଧରେ ଏହି ପରୀକ୍ଷା କରାଯାଇଥିଲା, ଯେଉଁଥିରେ ଦୂରଗାମୀ ଟାର୍ଗେଟ୍‌କୁ ବିଭିନ୍ନ ଭାବେ ପରିଚାଳନା ପରେ କମ୍‌ ଉଚ୍ଚତାରେ ରାଡାର ଦ୍ୱାରା ଠାବ କରିବା ସହିତ ଲକ୍ଷ୍ୟଭେଦ କରାଯାଇଥିଲା। ଏଥିପାଇଁ ଦୁଇଟି କ୍ଷେପଣାସ୍ତ୍ରକୁ କ୍ରମାଗତ ଭାବରେ ଛଡ଼ାଯାଇଥିଲା। ଉଭୟ ଦିନ ଓ ରାତିରେ ଏହାର କାର୍ଯ୍ୟଦକ୍ଷତାକୁ ମଧ୍ୟ ମୂଲ୍ୟାଙ୍କନ କରାଯାଇଥିଲା। ଏହି ଉତ୍‌କ୍ଷେପଣ ସମୟରେ ଡିଆରଡିଓ ଏବଂ ଭାରତୀୟ ସେନାର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ‘କ୍ୟୁଆର-ଏସଏଏମ୍‌’ ଅସ୍ତ୍ର ପ୍ରଣାଳୀର ସ୍ବାତନ୍ତ୍ର୍ୟ ହେଉଛି ଏହା ସର୍ଚ୍ଚ, ଟ୍ରାକ୍‌ ସାମର୍ଥ୍ୟ ଏବଂ ଅଳ୍ପ ସମୟରେ ଉତ୍‌କ୍ଷେପଣ କରିପାରିବ। ପୂର୍ବରୁ କରାଯାଇଥିବା ପରୀକ୍ଷାରୁଏହା ପ୍ରମାଣିତ ହୋଇଛି।
ଉକ୍ତ ଅସ୍ତ୍ର ପ୍ରଣାଳୀର ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଡିଆରଡିଓ ଏବଂ ଭାରତୀୟ ସେନାକୁ ପ୍ରଶଂସା କରିଛନ୍ତି। ସଶସ୍ତ୍ର ବାହିନୀ ପାଇଁ ‘କ୍ୟୁଆର-ଏସଏଏମ୍‌’ ଏକ ଉତ୍କୃଷ୍ଟ ତଥା ଶକ୍ତିସମ୍ପନ୍ନ ବୋଲି ସେ ଅଭିହିତ କରିଛନ୍ତି। ପ୍ରତିରକ୍ଷା ବିଭାଗ ଆର ଆଣ୍ଡ ଡି ସଚିବ ଏବଂ ଡିଆରଡିଓ ଅଧ୍ୟକ୍ଷ ସଫଳ ପରୀକ୍ଷଣ ସହିତ ଜଡ଼ିତ ଟିମ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସେନାରେ ସାମିଲ ପାଇଁ ଏହା ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri