ଟର୍ପେଡୋ ସିଷ୍ଟମର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୪।୧୨: ସୁପରସୋନିକ୍‌ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ (ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ସୋମବାର ହ୍ବିଲର୍‌ ଦ୍ୱୀପରୁ କରାଯାଇଥିବା ସୂଚନା ମିଳିଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଦ୍ୱାରା ଏହି (ସ୍ମାର୍ଟ) ସିଷ୍ଟମର ବିକାଶ କରାଯାଇଛି। ବୁଡ଼ାଜାହାଜ-ବିରୋଧୀ ଯୁଦ୍ଧକ୍ଷମତାକୁ ବଢ଼ାଇବା ପାଇଁ ଉଦ୍ଦିଷ୍ଟ ଏହି ସିଷ୍ଟମର ପରୀକ୍ଷଣ ବେଳେ ସମଗ୍ର ଟ୍ରାଜେକ୍ଟୋରି ଉପରେ ନଜର ରଖାଯାଇଥିଲା। କ୍ଷେପଣାସ୍ତ୍ରରେ ଟର୍ପେଡୋ, ପାରାଶ୍ୟୁଟ୍‌ ବିତରଣ ଏବଂ ଅତ୍ୟାଧୁନିକ ଯାନ୍ତ୍ରିକ ବ୍ୟବସ୍ଥା ସଂଯୋଜିତ ହୋଇଥିଲା। ଏହି କ୍ଷେପଣାସ୍ତ୍ର ଗ୍ରାଉଣ୍ଡ ମୋବାଇଲ୍‌ ଲଞ୍ଚରରୁ ଉତ୍‌କ୍ଷେପଣ କରାଯାଇଛି। ଏହା ଅନେକ ଦୂରତା ଅତିକ୍ରମ କରିବାର କ୍ଷମତା ରଖିଛି। ତେବେ ଉକ୍ତ (ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମ୍ପୃକ୍ତ ଟିମ୍‌କୁ ଅଭିନନ୍ଦନ ଜଣାଇବା ସହ କହିଛନ୍ତି, ଏହି ବ୍ୟବସ୍ଥାର ବିକାଶ ଦେଶର ପ୍ରତିରକ୍ଷାକୁ ସୁଦୃଢ କରିବ। ଡିଆର୍‌ଡିଓ ଅଧ୍ୟକ୍ଷ ଡ. ଜି. ସତୀଶ ରେଡ୍ଡୀ ଏହି ସଫଳ ପରୀକ୍ଷାରେ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି, ଏହି ବ୍ୟବସ୍ଥା ଆମର ନୌସେନାର ଶକ୍ତିକୁ ଆହୁରି ବଢ଼ାଇବ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri