ବିନା ପ୍ରଶିକ୍ଷଣରେ ସଫଳ

ପାଟଣା, ୯।୯ (ସ୍ବ.ପ୍ର.)-ଦୃଢ଼ ଇଛାଶକ୍ତି ଥିଲେ ଅସାଧ୍ୟ କାର୍ଯ୍ୟ ହାସଲ ହୁଏ। ସଫଳତାର ଶୀର୍ଷରେ ମଣିଷ ପହଞ୍ଚି ପାରେ। ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତର ଦୁର୍ଗାଦେଇପୁର ଶାସନ ଗ୍ରାମର ଯୁବ ସଙ୍ଗୀତ ନିର୍ଦ୍ଦେଶକ ଚିନ୍ମୟ ଦାଶ। ବିନା ପ୍ରଶିକ୍ଷଣରେ ନିଜ ପ୍ରତିଭା ବଳରେ ସେ ସଫଳତା ସାଉଁଟିଛନ୍ତି।
କାହାଠାରୁ ସଙ୍ଗୀତ ଶିକ୍ଷା ନ କରି ସେ ୧୫୦ରୁ ଊଦ୍ଧର୍‌ବ ଗୀତର ନିର୍ଦ୍ଦେଶନା ଦେଇଛନ୍ତି। ଅନେକ ହିଟ ଗୀତରେ ମ୍ୟୁଜିକ କମ୍ପୋଜ କରି ସେ ଓଡ଼ିଶା ଆଲବମ୍‌ ଜଗତରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ଶ୍ରୋତାଙ୍କ ମନ ଜିଣି ପାରିଛନ୍ତି। ସେ ଅନେକ ରୋମାଣ୍ଟିକ ସଙ୍ଗୀତ, ବିରହ ସଙ୍ଗୀତ ଆଉ ଭଜନରେ ସଫଳତା ସହ ମ୍ୟୁଜିକ କମ୍ପୋଜ କରିଛନ୍ତି। ପ୍ରମୁଖ ଲୋକ ପ୍ରିୟ ଗୀତ ତୋଆଖି ମୋଆଇନା, ତୁ ଇସ୍କ ମୋ ପ୍ୟାର, ଓଢ଼ଣୀ ପଡିଛି ନାଲି ନାଲି, ହାରିଗଲି ପ୍ରେମରେ ମୁଁ ପାଇଲି ଧକ୍କା, ଗରିବ ପ୍ରେମିକ ବୋଲି ଭାଙ୍ଗିଲୁ ମୋ ହୃଦୟ ଆଦି ଆଲବମ ଗୀତ ଗୁଡ଼ିକ ଚିନ୍ମୟଙ୍କ ହିଟ ମ୍ୟୁଜିକ୍‌ରେ ଓଡ଼ିଶାର ଦର୍ଶକଙ୍କ ମନକୁ ଛୁଇଁଛି। ଏସବୁ ଗୀତ ଗୁଡ଼ିକୁ ଅସୀମା ପଣ୍ଡା, ହ୍ୟୁମାନ ସାଗର, ଦୀପ୍ତି ରେଖା ପାଢ଼ୀ, ଅର୍ପିତା ଚୌଧୁରୀ ସ୍ବୟମ ପାଢ଼ୀ ପ୍ରମୁଖ ଓଡ଼ିଶାର ଲୋକ ପ୍ରିୟ କଣ୍ଠଶିଳ୍ପୀମାନେ ଗାଇଛନ୍ତି। ସୁଯୋଗ ମିଳିଲେ ଚିନ୍ମୟ ସିନେମା ଓ ଟେଲିଭିଜନ ଧାରାବାହିକରେ ସଙ୍ଗୀତ ନିର୍ଦ୍ଦେଶନା ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri