‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୨।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦ୍ୱୀପ ୪ ନମ୍ବର ଲଞ୍ଚ ପ୍ୟାଡ଼ରୁ ‘ପ୍ରଳୟ’ କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି । ଭାରତର ପ୍ରତିରକ୍ଷା ବିଭାଗ ବିକଶିତ ଯୁଦ୍ଧକ୍ଷେତ୍ର ବ୍ୟବହାର ପାଇଁ ପ୍ରଳୟ ହେଉଛି ଏକ କଠିନ-ଇନ୍ଧନ ଭୂପୃଷ୍ଠରୁ ସର୍ଟ-ରେଞ୍ଜ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ।ମାର୍ଚ୍ଚ ୨୦୧୫ରେ ୩୩୨.୮୮ କୋଟି ବଜେଟ ସହିତ ‘ପ୍ରଳୟ’ ବିକାଶ ପାଇଁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା । ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ମିସାଇଲର ଓଜନ ୫ ଟନ୍‌ ହୋଇଥିବାବେଳେ ଏହା ୫୦୦-୧୦୦୦ କିଲୋଗ୍ରାମ ଯୁଦ୍ଧାସ୍ତ୍ର ବହନ କରିପାରିବ କ୍ଷମତା ରଖିଛି । ଏହା ୩୫୦-୫୦୦ କିଲୋ ମିଟର ମଧ୍ୟରେ ଲକ୍ଷ୍ୟଭେଦ କରିପାରିବ । ଏହି ପରୀକ୍ଷା ସମୟରେ ବହୁ ବୈଜ୍ଞାନିକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri