Posted inଖେଳ

ଅଗରକରଙ୍କ ନାଁରେ ଏମିତି ରେକର୍ଡ, ଯାହା ଆଜି ବି ରହିଛି ଅତୁଟ

ନୂଆଦିଲ୍ଲୀ,୫।୭: ଭାରତୀୟ କ୍ରିକେଟର ମୁଖ୍ୟ ଚୟନକର୍ତ୍ତା ଭାବେ ନିଯୁକ୍ତ ହୋଇଛନ୍ତି ଅଜିତ ଅଗରକର। ପୁରୁଷ ଚୟନ କମିଟିର ଅଧ୍ୟକ୍ଷ ଭାବେ ଅଗରକରଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସୂଚନା ଦିଆଯାଇଛି।
ଅଜିତ ଅଗରକର ୪ ଡିସେମ୍ବର ୧୯୭୭ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ନିଜ କ୍ୟାରିୟରରେ ଦକ୍ଷତା ଆଧାରରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ତାଙ୍କ ଉତ୍‌ଥାନ-ପତନରେ ପରିପୂର୍ଣ୍ଣ ଥିଲା। ସେ କେବଳ ୧୦ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରରେ ଅନେକ ରେକର୍ଡ ସ୍ଥାପନ କରିଥିଲେ, ଯାହା ଆଜି ବି ଅତୁଟ ରହିଛି।
୧୪ ଡିସେମ୍ବର ୨୦୦୦ରେ ରାଜକୋଟରେ ଜିମ୍ବାୱେ ବିପକ୍ଷରେ ମାତ୍ର ୨୧ଟି ବଲରେ ଅର୍ଦ୍ଧଶତକ ସ୍କୋର କରିଥିଲେ। ଏହି ମ୍ୟାଚରେ ଅଗରକର ମାତ୍ର ୨୫ ବଲରେ ୬୭ ରନର ଇନିଂସ ଖେଳିଥିଲେ। ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଅଗରକର ଏହି ରେକର୍ଡ ଅତିକ୍ରମ କରିବାରେ ସକ୍ଷମ ହୋଇ ନାହାଁନ୍ତି। ଏହାପୂର୍ବରୁ ଏହି ରେକର୍ଡ କପିଲ ଦେବଙ୍କ ନାମରେ ଥିଲା। ସେ ୧୯୮୩ରେ ଗୁୟାନାରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ୩୮ ବଲରେ ୭୨ ରନ ସଂଗ୍ରହ କରିଥିଲେ। କପିଲ ଏହି ମ୍ୟାଚରେ ୨୨ଟି ବଲରେ ଅର୍ଦ୍ଧଶତକ ରନ କରିଥିଲେ। ୧୭ ବର୍ଷ ପରେ କପିଲଙ୍କ ରେକର୍ଡ ଭାଙ୍ଗିଥିଲା।
ଅଗରକର ତାଙ୍କ କ୍ୟାରିୟରରେ ୩୪୯ ଅନ୍ତର୍ଜାତୀୟ ଉଇକେଟ ନେଇଛନ୍ତି। ସେ ଟେଷ୍ଟରେ ୫୮ ଉଇକେଟ, ଦିନିକିଆରେ ୨୮୮ ଏବଂ ଟି-୨୦ରେ ୩ ଉଇକେଟ ନେଇଛନ୍ତି। ଦିନିକଆ କ୍ରିକେଟରେ ଭାରତ ପାଇଁ କମ ମ୍ୟାଚରେ ୧୦୦୦ ରନ ଏବଂ ୨୦୦ ଉଇକେଟ ନେଇଥିବା ରେକର୍ଡ ଏବେ ମଧ୍ୟ ତାଙ୍କ ନାଁରେ ରହିଛି। ସେ ୧୩୩ ମ୍ୟାଚରେ ଏହି ଉପଲବ୍ଧି ହାସଲ କରିଥିଲେ। ସେ ଦକ୍ଷିଣ ଆଫ୍ରିକାର କ୍ରିକେଟର ଶନ ପୋଲକଙ୍କୁ ପଛରେ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri