Posted inଖେଳ

ଅଗରକରଙ୍କ ନାଁରେ ଏମିତି ରେକର୍ଡ, ଯାହା ଆଜି ବି ରହିଛି ଅତୁଟ

ନୂଆଦିଲ୍ଲୀ,୫।୭: ଭାରତୀୟ କ୍ରିକେଟର ମୁଖ୍ୟ ଚୟନକର୍ତ୍ତା ଭାବେ ନିଯୁକ୍ତ ହୋଇଛନ୍ତି ଅଜିତ ଅଗରକର। ପୁରୁଷ ଚୟନ କମିଟିର ଅଧ୍ୟକ୍ଷ ଭାବେ ଅଗରକରଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସୂଚନା ଦିଆଯାଇଛି।
ଅଜିତ ଅଗରକର ୪ ଡିସେମ୍ବର ୧୯୭୭ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ନିଜ କ୍ୟାରିୟରରେ ଦକ୍ଷତା ଆଧାରରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ତାଙ୍କ ଉତ୍‌ଥାନ-ପତନରେ ପରିପୂର୍ଣ୍ଣ ଥିଲା। ସେ କେବଳ ୧୦ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରରେ ଅନେକ ରେକର୍ଡ ସ୍ଥାପନ କରିଥିଲେ, ଯାହା ଆଜି ବି ଅତୁଟ ରହିଛି।
୧୪ ଡିସେମ୍ବର ୨୦୦୦ରେ ରାଜକୋଟରେ ଜିମ୍ବାୱେ ବିପକ୍ଷରେ ମାତ୍ର ୨୧ଟି ବଲରେ ଅର୍ଦ୍ଧଶତକ ସ୍କୋର କରିଥିଲେ। ଏହି ମ୍ୟାଚରେ ଅଗରକର ମାତ୍ର ୨୫ ବଲରେ ୬୭ ରନର ଇନିଂସ ଖେଳିଥିଲେ। ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଅଗରକର ଏହି ରେକର୍ଡ ଅତିକ୍ରମ କରିବାରେ ସକ୍ଷମ ହୋଇ ନାହାଁନ୍ତି। ଏହାପୂର୍ବରୁ ଏହି ରେକର୍ଡ କପିଲ ଦେବଙ୍କ ନାମରେ ଥିଲା। ସେ ୧୯୮୩ରେ ଗୁୟାନାରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ୩୮ ବଲରେ ୭୨ ରନ ସଂଗ୍ରହ କରିଥିଲେ। କପିଲ ଏହି ମ୍ୟାଚରେ ୨୨ଟି ବଲରେ ଅର୍ଦ୍ଧଶତକ ରନ କରିଥିଲେ। ୧୭ ବର୍ଷ ପରେ କପିଲଙ୍କ ରେକର୍ଡ ଭାଙ୍ଗିଥିଲା।
ଅଗରକର ତାଙ୍କ କ୍ୟାରିୟରରେ ୩୪୯ ଅନ୍ତର୍ଜାତୀୟ ଉଇକେଟ ନେଇଛନ୍ତି। ସେ ଟେଷ୍ଟରେ ୫୮ ଉଇକେଟ, ଦିନିକିଆରେ ୨୮୮ ଏବଂ ଟି-୨୦ରେ ୩ ଉଇକେଟ ନେଇଛନ୍ତି। ଦିନିକଆ କ୍ରିକେଟରେ ଭାରତ ପାଇଁ କମ ମ୍ୟାଚରେ ୧୦୦୦ ରନ ଏବଂ ୨୦୦ ଉଇକେଟ ନେଇଥିବା ରେକର୍ଡ ଏବେ ମଧ୍ୟ ତାଙ୍କ ନାଁରେ ରହିଛି। ସେ ୧୩୩ ମ୍ୟାଚରେ ଏହି ଉପଲବ୍ଧି ହାସଲ କରିଥିଲେ। ସେ ଦକ୍ଷିଣ ଆଫ୍ରିକାର କ୍ରିକେଟର ଶନ ପୋଲକଙ୍କୁ ପଛରେ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?