Posted inଖେଳ

୧୪୩ ବର୍ଷ ଇତିହାସରେ ଖେଳାଯାଇଛି ଏମିତି ଏକ ଟେଷ୍ଟ ମ୍ୟାଚ୍‌

ଲଣ୍ଡନ, ୮।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ସ୍ଥାନୀୟ ସାଉଥମ୍ପଟନର ଦି ରସ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଫଳରେ ଦୀର୍ଘ ୧୧୭ ଦିନର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ମହାମାରୀ କରୋନା ଭାଇରସ୍‌ ଲାଗି ପାଖାପାଖି ୪ ମାସ ହେବ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ଅନୁଷ୍ଠିତ ହୋଇ ନ ଥିଲା। ଶେଷଥର ପାଇଁ ମାର୍ଚ୍ଚ ୧୫ରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସିଡ୍‌ନୀରେ ଏକ ଦିନିକିଆ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ପଡ଼ିଆକୁ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଥିଲେ ମଧ୍ୟ କ୍ରିକେଟ୍‌ର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) କେତେକ କଟକଣା ଜାରି କରିଛି। କରୋନା ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ବିନା ଦର୍ଶକରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଫଳରେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଆରମ୍ଭ ହୋଇଥିବା ଏହି ଟେଷ୍ଟ ମ୍ୟାଚ୍‌ରେ କୌଣସି ଦର୍ଶକଙ୍କୁ ଦେଖିବାକୁ ମିଳିବ ନାହିଁ। ଟେଷ୍ଟ କ୍ରିକେଟ୍‌ର ୧୪୩ ବର୍ଷର ଇତିହାସରେ ପ୍ରଥମ ଥର ଲାଗି ଏମିତି ଏକ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି ଯେଉଁଠି ଷ୍ଟାଡିୟମ ଦର୍ଶକ ଶୂନ୍ୟ ରହିଛି। ଫଳରେ ଖେଳାଳିଙ୍କୁ ସ୍ବାଗତ କରିବାକୁ କିମ୍ବା ମ୍ୟାଚ୍‌ ମଝିରେ ଉତ୍ସାହ ବଢ଼ାଇବା ଲାଗି ଦର୍ଶକଙ୍କ ଅନୁପସ୍ଥିତିକୁ ଖେଳାଳି ଅନୁଭବ କରିବେ। ସେହିଭଳି କରୋନା ଲାଗି ଆଇସିସି ଜାରି କରିଥିବା ଆଉ କିଛି କଟକଣା ମଧ୍ୟରେ ବୋଲରମାନେ ବଲ୍‌ରେ ଚମକ ଆଣିବା ପାଇଁ ଲାଳର ବ୍ୟବହାର କରିପାରିବେ ନାହିଁ। ଯଦି କୌଣସି ଖେଳାଳି ବାରମ୍ବାର ଏଭଳି କରନ୍ତି ତେବେ ଅମ୍ପାୟର ୨ଥର ଚେତାବନୀ ଦେବେ ଏବଂ ପରେ ୩ୟ ଥର ପେନାଲ୍ଟି ଆକାରରେ ସେହି ଦଳର ୫ ରନ କାଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri