Posted inଖେଳ

୩୦ ବର୍ଷ ପରେ ଟେଷ୍ଟ କ୍ରିକେଟ୍‌ରେ ଦେଖିବାକୁ ମିଳିଲା ଏମିତି ରୋମାଞ୍ଚ

ନୂଆଦିଲ୍ଲୀ,୨୮।୨: ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ତୃତୀୟ ତଥା ଶେଷ ମ୍ୟାଚକୁ ଗୋଟିଏ ରନ ବ୍ୟବଧାନରେ କିଓ୍ବି ଦଳ ଜିତି ନେଇଛି। ଏହା ସହ ନ୍ୟୁଜିଲାଣ୍ଡ ସିରିଜରେ ୧-୧ରେ ସମାନ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚ ଡ୍ର ଥିଲା। ଏଥି ସହିତ ଇଂଲଣ୍ଡ ଦ୍ୱିତୀୟ ମ୍ୟାଚ ଜିତିଥିବାବେଳେ ନ୍ୟୁଜିଲାଣ୍ଡ ତୃତୀୟ ମ୍ୟାଚ ଜିତିଛି।
ୱେଲିଙ୍ଗଟନ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଇଂଲଣ୍ଡ ୮ ଉଇକେଟ ହରାଇ ୪୩୫ ରନ ସ୍କୋର କରି ପ୍ରଥମ ଇନିଂସ ଘୋଷଣା କରିଥିଲା। ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ମାତ୍ର ୨୦୯ ରନ ସଂଗ୍ରହ କରିଥିଲା। ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ଫଲୋଅନ୍‌ ଦେଇଥିଲା। ଫଲୋଅନ ଖେଳି ନ୍ୟୁଜିଲାଣ୍ଡ ଦଳ ଏକ ଭଲ ଆରମ୍ଭ କରିଥିଲା। କିୱି ଦଳ ଦ୍ୱିତୀୟ ଇନିଂସରେ ୪୮୩ ରନ ସଂଗ୍ରହ କରି ଇଂଲଣ୍ଡକୁ ୨୫୮ ରନ ଲକ୍ଷ୍ୟ ଦେଇଥିଲା। ବିଜୟ ପାଇଁ ୨୫୮ ରନ୍‌ର ଲକ୍ଷ୍ୟକୁ କିଛା କରି ଇଂଲଣ୍ଡ ଦଳ ଦ୍ୱିତୀୟ ଇନିଂସରେ ୨୫୬ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲା। ଫଳରେ ନ୍ୟୁଜିଲାଣ୍ଡ ଏହି ମ୍ୟାଚକୁ ୧ ରନ୍‌ରେ ଜିତିଥିଲା।
ଟେଷ୍ଟ କ୍ରିକେଟ ଇତିହାସରେ ଏହା ଦ୍ୱିତୀୟ ଥର ଥିଲା ଯେ ଗୋଟିଏ ଦଳ ୧ ରନ ବ୍ୟବଧାନରେ ଜିତିଛି। ଏହାପୂର୍ବରୁ ୧୯୯୩ରେ ୱେଷ୍ଟଇଣ୍ଡିଜ ଆଡିଲେଡ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆକୁ ଗୋଟିଏ ରନ୍‌ରେ ପରାସ୍ତ କରିଥିଲା। ଏଥି ସହିତ ଟେଷ୍ଟ କ୍ରିକେଟରେ ଏହା ଚତୁର୍ଥ ମ୍ୟାଚ ଥିଲା ଯେତେବେଳେ ଫଲୋଅନ ଖେଳୁଥିବା ଦଳ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲା ବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri